ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି। ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା […] The post ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା appeared first on Dharitri Odia News.

ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି।

ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫା ପତ୍ରରେ ସେ କହିଛନ୍ତି, ”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି । ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ । ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି।”

୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳ ପାଇଁ ତାଙ୍କର କୁଦୁମୀ ଆଦିବାସୀ ସମ୍ପ୍ରଦାୟର ଭୋଟ୍ ସଂଗ୍ରହର ମୂଳଭାର ଗ୍ରହଣ କରିଥିଲେ ।

The post ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା appeared first on Dharitri Odia News.