ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। […] The post ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଭକ୍ତ ରଞ୍ଜନ ମହାନ୍ତି। କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ। ଏନେଇ ସତର୍କ ରହିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ। ତଳିଆ ଅଞ୍ଚଳ କଣାସ, ଧନୁଆରେ ପାଣି ପଶିପାରେ ବୋଲି ସେ ସତର୍କ କରାଇଛନ୍ତି।
ଏନେଇ ଖୋର୍ଦ୍ଧା, ପୁରୀ ଜିଲାର ଅଧିକାରୀଙ୍କୁ ସଜାଗ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବୈତରଣୀ ଜଳସ୍ଥର ବଢୁଥିବା ବେଳେ ବଡ଼ ବର୍ଷା ନ ହେଲେ ଜଳସ୍ତର ଖସିବ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଆଦି ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ଜଣାପଡିଛି।
The post ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ appeared first on Dharitri Odia News.