ରାତିରେ ଦୂର ରାସ୍ତା ଯାଉଥିଲେ ସାବଧାନ ! ଦୁଇଦିନ ଅସ୍ତବ୍ୟସ୍ତ କରିବ ଘନ କୁହୁଡ଼ି

ରାତିରେ ଦୂର ରାସ୍ତା ଯାଉଥିଲେ ସତର୍କ ରୁହନ୍ତୁ, ନ ହେଲେ ହୋଇପାରେ ଭୟଙ୍କର ଦୁର୍ଘଟଣା । କାରଣ ଦୁଇ ଦିନ... The post ରାତିରେ ଦୂର ରାସ୍ତା ଯାଉଥିଲେ ସାବଧାନ ! ଦୁଇଦିନ ଅସ୍ତବ୍ୟସ୍ତ କରିବ ଘନ କୁହୁଡ଼ି appeared first on .

ରାତିରେ ଦୂର ରାସ୍ତା ଯାଉଥିଲେ ସାବଧାନ ! ଦୁଇଦିନ ଅସ୍ତବ୍ୟସ୍ତ କରିବ ଘନ କୁହୁଡ଼ି

ରାତିରେ ଦୂର ରାସ୍ତା ଯାଉଥିଲେ ସତର୍କ ରୁହନ୍ତୁ, ନ ହେଲେ ହୋଇପାରେ ଭୟଙ୍କର ଦୁର୍ଘଟଣା । କାରଣ ଦୁଇ ଦିନ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ କରିବ ଘନରୁ ଅତି ଘନ କୁହୁଡି । ଗାଡି ଆଗକୁ ଦେଖିବା ବି ହେବ କଷ୍ଟକର । ମଙ୍ଗଳବାର ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଏଭଳି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୋନପୁର, ରାୟଗଡା ଏବଂ କୋରାପୁଟରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ କାଲି ୧୧ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୪ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ, ରାୟଗଡା ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ୨୦ ରୁ ୫୦ ମିଟର ମଧ୍ୟରେ ଦୃଶ୍ୟମାନ କ୍ଷମତା ରହିବ ବୋଲି ଆଲର୍ଟ କରାଯାଇଛି । ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଘନ କୁହୁଡିର ଆସ୍ତରଣ ବୃଦ୍ଧି ପାଇଛି । ଦୁଇ ଦିନ ପରେ ୫ ତାରିଖ ବେଳକୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ । ପଶ୍ଚିମା ଝଡ ପ୍ରଭାବରେ କେନ୍ଦୁଝର, ସୁନ୍ଦରଗଡ ଏବଂ ମୟୁରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆକାଶ ମେଘୁଆ ରହିବା ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନ ଥିବା ବେଳେ ପରବର୍ତ୍ତୀ ସମୟରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି ।

The post ରାତିରେ ଦୂର ରାସ୍ତା ଯାଉଥିଲେ ସାବଧାନ ! ଦୁଇଦିନ ଅସ୍ତବ୍ୟସ୍ତ କରିବ ଘନ କୁହୁଡ଼ି appeared first on .