ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ କଣ୍ଟାମାଳ ବ୍ଲକ ଦପଲା ପଞ୍ଚାୟତ ବଉଳସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ରୋହିତାଶ୍ୱ ମଲ୍ଲିକ। ଗତ ୧୫ ତାରିଖରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଗିରିଗୋର୍ବଦ୍ଧନ ପିଠରେ ଏକ ରାଜନୈତିକ ଦଳର ସଭା ହୋଇଥିଲା । […] The post ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା appeared first on Dharitri Odia News.

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ କଣ୍ଟାମାଳ ବ୍ଲକ ଦପଲା ପଞ୍ଚାୟତ ବଉଳସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ରୋହିତାଶ୍ୱ ମଲ୍ଲିକ।

ଗତ ୧୫ ତାରିଖରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଗିରିଗୋର୍ବଦ୍ଧନ ପିଠରେ ଏକ ରାଜନୈତିକ ଦଳର ସଭା ହୋଇଥିଲା । ସମ୍ପୃକ୍ତ ସହକାରୀ ଶିକ୍ଷକ ଏହି ସଭାରେ ଉପସ୍ଥିତ ଥିଲେ। ତାଙ୍କର ଫଟୋ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଜେ. ସୋନାଲ ପତ୍ରସଂଖ୍ୟା ୧୦୮୮ରେ ତାଙ୍କୁ ନିଲମ୍ବନ ଆଦେଶ ଦେଇଛନ୍ତି। ନିଲମ୍ବିତ ଥିବା ପର୍ଯ୍ୟନ୍ତ ସମ୍ପୃକ୍ତ ଶିକ୍ଷକ ଜଣକ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶ ରହିଛି।

ସୂଚନାଯୋଗ୍ୟ ଯେ, ସପ୍ତାହେ ପୂର୍ବରୁ ରାଜନୈତିକ ଦଳରେ ସମ୍ପୃକ୍ତି ଅଭିିଯୋଗରେ ଜନୈକା ଶିକ୍ଷୟିତ୍ରୀ ନିଲମ୍ବିତ ହୋଇଥିବାବେଳେ ଆଉ ଜଣେ ଶିକ୍ଷକଙ୍କୁ ବୌଦ୍ଧ ନିର୍ବାଚନମଣ୍ଡଳୀକୁ ବଦଳି କରାଯାଇଥିଲା।

The post ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା appeared first on Dharitri Odia News.