ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା ଏବଂ ପାରିବାରିକ ସଦ୍ଭାବଜନିତ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ବୃଷ ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ନିଜ କାମ ପଛକୁ ପକାଇ ପଡ଼ୋଶୀଙ୍କ କଥାରେ […] The post ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope appeared first on Dharitri Odia News.

ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope
ମେଷ
ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା ଏବଂ ପାରିବାରିକ ସଦ୍ଭାବଜନିତ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ନିଜ କାମ ପଛକୁ ପକାଇ ପଡ଼ୋଶୀଙ୍କ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର, ଯାନ ମରାମତି, ସଭା ସମିତିରୁ ଉପକୃତ ହେବେ। ପରିବାର ସହ ଭଲ ସମ୍ପର୍କ ରଖୁ ନ ଥିବା ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି।
ମିଥୁନ
ମିଥୁନ
ଆଜି ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କିଣିବିକା ଦିଗରେ ଖର୍ଚ୍ଚାନ୍ତ ସହ କ୍ଷତିରେ ପଡିପାରନ୍ତି। ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ। ଆଜି ଯାହା କରିବେ କ୍ଷତି ହେବନି, ଆଗାମୀ ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାମ ପାଇଁ ଆଲୋଚନା କରିବା ମନ୍ଦ ହେବନି।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତିରୁ ଆଜି କୌଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ। ଟଙ୍କା ପଇସା, ଦିଆ ନିଆ କ୍ଷେତ୍ରରେ ସତର୍କ ନ ରହିଲେ କ୍ଷତିରେ ପଡିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପରିବାରରେ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରିବା ଠିକ୍‌ ନ ହୋଇପାରେ।
ସି˚ହ
ସି˚ହ
ସବୁ କାମରେ ଜଗି ରଖି ଚଳନ୍ତୁ ଅବଶ୍ୟ କାମଗୁଡିକ ଡେରିରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ। ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖା ଦେଇ ପାରେ।
କନ୍ୟା
 ଅନ୍ତରରେ ସହୃଦୟତା ଭରି ରହିଥିଲେ ମଧ୍ୟ ମୁହଁରେ କଡ଼ାଭାଷାର ପରିଣାମ ଭୋଗିବାକୁ ପଡିବ। ଶତ୍ରୁତା କରୁଥିବା ଲୋକ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ରାଜନୀତି, ସଂଗଠନ, ଆଲୋଚନା, କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇପାରନ୍ତି।
ତୁଳା
ତୁଳା
କେତେକ କ୍ଷେତ୍ରରେ ସମସ୍ୟାର ସମାଧାନଜନିତ ଟେନ୍ସନ ଲାଗିରହିବ। ଅପରାହ୍ନରେ ହାତକୁ ନେଇଥିବା କାମ ସୁରୁଖୁରୁରେ ସମ୍ପନ୍ନ ହୋଇପାରିବ। ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଲେଖାପଢ଼ା, ସଭାସମିତି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରିବ ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ଅନ୍ୟକୁ ସହଜରେ ପ୍ରଭାବିତ କରି କାମ ହାସଲ କରିପାରିବେ। ଅର୍ଥଲାଭ ହେବ ଏବଂ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରି ପାରିବେ। ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ ।
ଧନୁ
ଧନୁ
ଆପଣ ମନେ ମନେ ଯାହା ଭାବୁଛନ୍ତି ତାହାକୁ ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିଲେ ହିଁ ଭଲ ହେବ। ପୁରାତନ ରୋଗ ପୀଡ଼ା ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଶୁଭଖବର ପାଇ ଉଲ୍ଲସିତ ହେବେ। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମକର
ମକର
ଆଜି କୌଶଳ ଓ କୂଟନୀତି ପ୍ରୟୋଗକରି ଯେମିତି ଚାହୁଁଛନ୍ତି ସେମିତି କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ। ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ଆଜିର କାମ ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହେବ। ନୂଆ ଯୋଜନା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରି ସଫଳତା ହାସଲ କରିବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ଅନୁତାପ ପାଇଁ ସମୟ ପାଇବେ ନାହିଁ। ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ମୀନମୀନ

ଆବଶ୍ୟକତା ପୂରଣ ସକାଶେ ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାର ଆଶଙ୍କା ସୃଷ୍ଟି ହୋଇପାରେ। ସମସ୍ୟା ଲାଗିରହୁଥିବାରୁ ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।

The post ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope appeared first on Dharitri Odia News.