ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope

ମେଷ ଗତକାଲିର ଆଲୋଚନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଦୁଶ୍ଚିନ୍ତା କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେବ। ସଭାସମିତି, ସଂଗଠନ, ରାଜନୀତିରେ ଉନ୍ନତ ଫଳ ପାଇବେ। ତର୍କ ନ କରି ବିବାଦଠାରୁ ଦୂରେଇ ରହିବା ଭଲ। ବୃଷ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ବନ୍ଧୁଙ୍କୁ […] The post ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope appeared first on Dharitri Odia News.

ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope
ମେଷ
ଗତକାଲିର ଆଲୋଚନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଦୁଶ୍ଚିନ୍ତା କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେବ। ସଭାସମିତି, ସଂଗଠନ, ରାଜନୀତିରେ ଉନ୍ନତ ଫଳ ପାଇବେ। ତର୍କ ନ କରି ବିବାଦଠାରୁ ଦୂରେଇ ରହିବା ଭଲ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ବନ୍ଧୁଙ୍କୁ ଦୁଃଖ ଲୁଚାଇବାର ଚେଷ୍ଟା କରି ଧରାପଡିଯିବେ। ଆଜି ହିଁ ସାରିବାକୁ ଭାବୁଥିବା କାମ ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରର ପରିସ୍ଥିତିକୁ ଆଖିଆଗରେ ରଖି ଯେସାକୁ ତେସା ନୀତିରେ କାମ କରିବେ। ବ୍ୟବସାୟରେ ଉନ୍ନତି କରିବେ କିନ୍ତୁ ଋ଼ଣ ପରିଶୋଧର ମାର୍ଗ ଉନ୍ମୁକ୍ତ ହେବନାହିଁ। ସାହିତ୍ୟ, ପ୍ରଶାସନିକ ସ୍ତର ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ। ଦୂରାଗତ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପ୍ରାପ୍ତି ହେବ।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ କିନ୍ତୁ କର୍ମକ୍ଷେତ୍ର ସନ୍ତୋଷଜନକ ରହି ନ ପାରେ। କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ପ୍ରଶଂସିତ ହେବେ। ଭୁଲ୍‌ ବୁଝାମଣା ଓ ସନ୍ଦେହଜନିତ ପାରିବାରିକ ସମସ୍ୟା ଗୁରୁତର ହୋଇପାରେ। ଶୀଘ୍ର ଶୀଘ୍ର କାମଟିକୁ ସମ୍ପନ୍ନ କରିବା ସକାଶେ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ସି˚ହ
ସି˚ହ
ପାରିବାରିକ ଖର୍ଚ୍ଚ ବୃଦ୍ଧି ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ ବରଂ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ହିତୈଷୀଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବିଳାସ ବ୍ୟସନ ମଧ୍ୟରେ ସମୟକୁ ଅତିବାହିତ କରିବେ।
କନ୍ୟା
ପାରିବାରିକ ଜୀବନରେ ଉଚିତ ବୁଝାମଣାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ନିର୍ଦ୍ଦିଷ୍ଟ ସମୟରେ ଦୂରେଇ ରହିଯିବେ। ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢିପାରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଯାତ୍ରା ସମୟରେ ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବା ଯୋଗୁ ସାମୟିକ ଆଶ୍ୱସ୍ତିଲାଭ କରିବେ। ସଭାସମିତିରେ ଯୋଗ ଦେଇ ବନ୍ଧୁବର୍ଗଙ୍କ ପ୍ରିୟଭାଜନ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ସାମାଜିକ ସ୍ତରରେ ଅବହେଳାରୁ ହାତମୁଠାରୁ ସୁ୍‌ଯୋଗ ଖସିଯାଇପାରେ। କେତେକ କ୍ଷେତ୍ରରେ ମନକଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ଏବଂ ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ଧନୁ
ଧନୁ
ଆଜି ବନ୍ଧୁଙ୍କ ସହାୟତାରେ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରି ସଫଳତା ପାଇବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ ତଥାପି ପଛକୁ ଫେରିବାର ଉପାୟ ନ ଥିବ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇପାରନ୍ତି। ଦୂରଯାତ୍ରା ସଫଳ ହେବ ଏବଂ ଆଶା କଦାପି ନିଷ୍ଫଳ ହେବ ନାହିଁ
ମକର
ମକର
ଆଜି ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଥିବାର ଅନୁଭବ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ଅବଶ୍ୟ ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଚେଷ୍ଟା କରୁଥିବା କାମରେ ସଫଳତା ବହୁ ଝିନଝଟ୍‌ ମଧ୍ୟରେ ପାଇବେ । ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସା ପାଇବେ କିନ୍ତୁ ବନ୍ଧୁ ଖୁସି ହେବେନାହିଁ। ଭ୍ରମଣ ହେତୁକକ୍ଳୋନ୍ତି ଓ ଅବସାଦ ଦେଖାଦେବ। ବନ୍ଧୁ ଠିକ୍‌ ଖବର ଦେବାରେ ହେଳା କରିବେ, ଯାହାକି ଅସୁବିଧାର କାରଣ ହେବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ

ସମସ୍ତ ସୁବିଧା ଥାଇ ମଧ୍ୟ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜ ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବ। ଅର୍ଥାଭାବ ଓ ପାରିବାରିକ ସମସ୍ୟା ହେତୁ ଉଦାସୀନ ରହିବେ। ଜମିଜମା କାରବାର, ଆଲୋଚନା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ।

The post ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope appeared first on Dharitri Odia News.