ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥତ୍କ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ବୃଷ ଆଜି ଯେଉଁ କାମରେ ହାତ ଦେବେ ସଫଳ ହେବେ। କୌଣସି ବନ୍ଧୁ କିମ୍ବା ସହକର୍ମୀଙ୍କ ସହଯୋଗରେ କାମଟି ସୁବିଧାରେ ହୋଇଯିବ। ଅଫିସ୍‌ […] The post ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope appeared first on Dharitri Odia News.

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope
ମେଷ
ଆଜି କୃତ୍ତିକା ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥତ୍କ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ।
ବୃଷ
ବୃଷ
ଆଜି ଯେଉଁ କାମରେ ହାତ ଦେବେ ସଫଳ ହେବେ। କୌଣସି ବନ୍ଧୁ କିମ୍ବା ସହକର୍ମୀଙ୍କ ସହଯୋଗରେ କାମଟି ସୁବିଧାରେ ହୋଇଯିବ। ଅଫିସ୍‌ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ରୋହିଣୀ ନକ୍ଷତ୍ର ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ମିଥୁନ
ମିଥୁନ
ମାନସିକ ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣ ମଧ୍ୟରେ ନ ରଖି ଅନ୍ୟ ଉପରେ ଶୁଝାଇଲେ ତିକ୍ତତା ସୃଷ୍ଟି ହେବ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପୁନର୍ବସୁ ନକ୍ଷତ୍ର ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭକରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ସବୁ କଥାକୁ ଚିନ୍ତାକରି କାମ କରିବା ଭଲ। ନିଜ ଭାଇ, ବନ୍ଧୁ ଓ କୁଟୁମ୍ବମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଆତ୍ମବିଭୋର ହୋଇପାରନ୍ତି। ପୁଷ୍ୟା ନକ୍ଷତ୍ର ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ଭିତରେ ଗତିକରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ପରିବାରବର୍ଗଙ୍କ ସହାୟତା ପାଇ କାମ ହାସଲ କରିପାରନ୍ତି।
କନ୍ୟା
ଭଲ ସମ୍ପର୍କ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲାଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେବ। ହସ୍ତା ନକ୍ଷତ୍ରର ଆଜିର ଯାତ୍ରାରେ ଅଭିଳଷିତ କାମ ସମ୍ପନ୍ନ ହୋଇଯିବ। ଯୋଜନାବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ।
ତୁଳା
ତୁଳା
ଶାରୀରିକ ଦୁର୍ବଳତା ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ଚିତ୍ରା ନକ୍ଷତ୍ର ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳ ହେବେ। ଅନୁରାଧା ନକ୍ଷତ୍ରର ପରିବାର ସଦସ୍ୟ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଗୁଜବ ମାନସିକ ସ୍ଥିତିକୁ ଦୋହଲାଇଦେବ।
ଧନୁ
ଧନୁ
ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥତ୍କ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଅଫିସ୍‌ରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଶତ୍ରୁମାନେ ଚାହିଁଲେ ବି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ଶ୍ରବଣା ନକ୍ଷତ୍ରର ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ ଓ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ। ଧନିଷ୍ଠା ନକ୍ଷତ୍ର ଅଫିସ୍‌ରେ ସାଧାରଣ କଥାରେ କଳହ ସୃଷ୍ଟି ହୋଇପାରେ। ବନ୍ଧୁରେ କଳହ, ଧନହାନି, ପରିବହନରେ ବିତର୍କ ଓ ସାଧାରଣ କଥାରୁ କଳହର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି।
ମୀନମୀନ

ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତିବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇନେବାକୁ ବାଧ୍ୟହେବେ। ଉତ୍ତର ଭାଦ୍ରପଦ୍‌ ନକ୍ଷତ୍ର ସକାଶେ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମକରି ମନସ୍ତାପ କରିପାରନ୍ତି।

The post ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope appeared first on Dharitri Odia News.