ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନହେବା ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆନୁଷ୍ଠନିକ କାମ ପାଇଁ ଉସତ୍ାହ ସାଙ୍ଗକୁ ପାରିବାରିକ ଜୀବନ ସୁଖଦ ରହିବ। ଅଟକିରହିଯାଇଥିବା କାମକୁ ପୂରା ଦମ୍‍ରେ କରିବାପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି, ମନୋରଞ୍ଜନ କାମରେ ବ୍ୟସ୍ତ ରହିପାରନ୍ତି। ବୃଷ ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନକରିବା ସକାଶେ ବ୍ୟସ୍ତତା ବୃଦ୍ଧିପାଇବ । ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। […] The post ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୮ ତାରିଖ – Daily Horoscope appeared first on Dharitri Odia News.

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୮ ତାରିଖ – Daily Horoscope
ମେଷ
ଆଜି ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନହେବା ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆନୁଷ୍ଠନିକ କାମ ପାଇଁ ଉସତ୍ାହ ସାଙ୍ଗକୁ ପାରିବାରିକ ଜୀବନ ସୁଖଦ ରହିବ। ଅଟକିରହିଯାଇଥିବା କାମକୁ ପୂରା ଦମ୍‍ରେ କରିବାପାଇଁ ନିଷ୍ପତ୍ତି ନେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି, ମନୋରଞ୍ଜନ କାମରେ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନକରିବା ସକାଶେ ବ୍ୟସ୍ତତା ବୃଦ୍ଧିପାଇବ । ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ସବୁଥତ୍ରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିବେ । ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
ମିଥୁନ
ମିଥୁନ
ଆଜି ଯେତିକି ଅର୍ଥ ପାଇବେ ତାଠାରୁ ଅଧିକ କିଛି ଖର୍ଚ୍ଚ କରିବାକୁ ପଡ଼ିବ। ଅନ୍ୟମାନଙ୍କ ଫୁସୁଲାଫୁସୁଲି କଥାରେ କାମକଲେ ସେଥିପାଇଁ ଅନୁତାପ କରିବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ।
କର୍କଟ
କର୍କଟ
ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲକାମ କଲେ ମଧ୍ୟ ପ୍ରଶଂସାସୂଚକ ପଦୁଟିଏ ଶୁଣିବାକୁ ମିଳିବ ନାହିଁ। ମତପାର୍ଥକ୍ୟ ଯୋଗୁ ସ୍ତ୍ରୀ/ସ୍ବାମୀଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ସାହଚର୍ଯ୍ୟରୁ ସାମାଜିକ ସ୍ତରରେ ସମ୍ମାନ ଲଭିବେ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ଅନୁରୋଧରେ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। ଭୁଲ୍‍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସମ୍ପନ୍ନହେବା କଷ୍ଟକର ହୋଇପଡ଼ିବ। କୌଣସି ଲୋକର ପ୍ରଭାବରୁ ଧୀରେ ସୁସ୍ଥେ କାମ କରିବାକୁ ବାଧ୍ୟହେବେ।
କନ୍ୟା
ପରିବାର ଭିତରେ କୌଣସି ବିବାଦୀୟ ଘଟଣାରେ ନୀରବ ରହିବା ଭଲ ହେବ। ସାହାଯ୍ୟ ବ୍ୟତିରେକ ଅନ୍ୟମାନଙ୍କଠାରୁ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ସଚେତନତା ଅଭାବରୁ ରୋଗଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଅନ୍ୟମନସ୍କତା କାରଣରୁ ବ୍ୟବସାୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି।
ତୁଳା
ତୁଳା
ପରିବାରରେ ମନ ଭିତରର ଅଶାନ୍ତି ବିରକ୍ତିକର କଥାବାର୍ତ୍ତାର ରୂପ ନେଇପାରେ। ଏହିଭଳି ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। ଯାହା ଆଶା କରୁଥିଲେ କିଛି ପରିମାଣରେ ଅବଶ୍ୟ ପାଇବାର ସୂଚନା ରହିଛି।
ବିଛା
ବିଛା
ବନ୍ଧୁଙ୍କ ସହ ସାମାନ୍ୟ କଥାରେ ଅତିଶୟ ରାଗି ପରିସ୍ଥିତିକୁ ସରଗରମ କରିପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‍ ଆଦୃତ ହେବେ। ନିର୍ମାଣ, ମାଲି ମକଦ୍ଦମା, ପ୍ରତିଦ୍ୱଦ୍ୱିତା ପ୍ରଭୃତିରେ ଜୟଯୁକ୍ତ ହେବେ। କିଛି କାମ ହାସଲ କରିବା ସକାଶେ ଅଯଥା ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ଆଜି ଶନିଙ୍କ ସ୍ଥିତି କାରଣରୁ ଅତୀତ କଥା ଚିନ୍ତାକରି ମନଟା ଭଲ ଲାଗି ନ ପାରେ। ଭାଙ୍ଗିପଡ଼ିଥିବା ସମ୍ପର୍କକୁ ଯୋଡ଼ିବା ଲାଗି ଚେଷ୍ଟାକରି ସଫଳ ହେବେ। ଦୀର୍ଘ ଦିନରୁ କୁହୁଳୁଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଅସାବଧାନତା ଯୋଗୁ ଅନ୍ୟମନସ୍କ ଭାବରେ ଗାଡ଼ି ଚଳାଇବା ସମସ୍ୟାର କାରଣ ହୋଇପାରେ।
ମକର
ମକର
ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋସତ୍ାହନ ପାଇ ଭାବାବେଗକୁ ରୋକିପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ, ମାତ୍ର ବହୁତ ତକଲିପି ସହିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‍ବେଳିତ ହୋଇପାରେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ବେଶ୍‍ ଆଦୃତ ହେବେ।
କୁମ୍ଭ
କୁମ୍ଭ
କୌଣସି ସମସ୍ୟାବହୁଳ ପରିସ୍ଥିତିରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। କୌଣସି ଘଟଣାକୁ ନେଇ ମନଟା ଭାରାକ୍ରାନ୍ତ ରହିବ। ଶାରୀରିକ ଅସୁସ୍ଥତାଜନିତ କୌଣସି କାମ ଉସତ୍ାହପ୍ରଦ ହେବନାହିଁ। ବନ୍ଧୁଙ୍କ ପରାମର୍ଶରେ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।
ମୀନମୀନ

ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ବହୁଦୂରରେ ଥିବା ଅନୁଭବ କରିବେ। ଯୋଜନା ଓ ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‍ ଠିକ୍‍ ହୋଇଯିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲହୋଇ ଖୁସି ହେବେ।

The post ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୮ ତାରିଖ – Daily Horoscope appeared first on Dharitri Odia News.