ରାଶିଫଳ: ରବିବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଅଟକି ରହିଥିବା କାମକୁ ପୂରାଦମ୍‌ରେ କରିବାର ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଆତ୍ମୀୟଙ୍କ ସହ ଆଲୋଚନାରେ ସମୟ କଟାଇବେ। ସାହିତ୍ୟ, ସାମ୍ବାଦିକତା, ସଭାସମିତି କିମ୍ବା କର୍ମାରମ୍ଭ ପ୍ରୀତିପ୍ରଦ ହେବ। ବୃଷ ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ […] The post ରାଶିଫଳ: ରବିବାର, ଫେବୃଆରୀ ୧୮ ତାରିଖ – Daily Horoscope appeared first on Dharitri Odia News.

ରାଶିଫଳ: ରବିବାର, ଫେବୃଆରୀ ୧୮ ତାରିଖ – Daily Horoscope
ମେଷ
ଆଜି ଆନୁଷ୍ଠାନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଅଟକି ରହିଥିବା କାମକୁ ପୂରାଦମ୍‌ରେ କରିବାର ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଆତ୍ମୀୟଙ୍କ ସହ ଆଲୋଚନାରେ ସମୟ କଟାଇବେ। ସାହିତ୍ୟ, ସାମ୍ବାଦିକତା, ସଭାସମିତି କିମ୍ବା କର୍ମାରମ୍ଭ ପ୍ରୀତିପ୍ରଦ ହେବ।
ବୃଷ
ବୃଷ
ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। କଚେରି ମାମଲା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ। ଆଲୋଚନା ସମୟରେ ସାଧାରଣ କଥାକୁ କେନ୍ଦ୍ର କରି ପ୍ରିୟ ବନ୍ଧୁଟି କ୍ଷୁବ୍ଧ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିଷ୍ଠାର୍ଜନ ଏବଂ ଲୋକପ୍ରିୟତା ବୃଦ୍ଧି ପାଇବ। ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସି ଯାଇ କାମ କଲେ ପରେ ଅନୁତାପ କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପାରୁପର୍ଯ୍ୟନ୍ତ ଚେଷ୍ଟା କରି କାମ କଲେ ମଧ୍ୟ ପଦୁଟିଏ ପ୍ରଶଂସା ଶୁଣିପାରିବେ ନାହିଁ। ପ୍ରତିବନ୍ଧକ କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ କିଛି ମତପାର୍ଥକ୍ୟ ସୃଷ୍ଟି ମାନସିକ ଅଶାନ୍ତିର କାରଣ ହେବ। କାର୍ଯ୍ୟଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ସି˚ହ
ସି˚ହ
ପ୍ରତିକୂଳତା କାରଣରୁ ଯେଉଁ କାମରେ ହାତ ଦେଲେ ମଧ୍ୟ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ। ରୋଗ, ଋଣ ଓ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ, ଏଣୁ ସାମୟିକ ଆନନ୍ଦ ପାଇବେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁଙ୍କ ଗୃହକୁ ଯିବା ସକାଶେ ସଜବାଜ ହୋଇପାରନ୍ତି। ଯେକୌଣସି ବିବାଦୀୟ ଘଟଣାରେ ନୀରବ ରହିବା ଭଲ ହେବ। ରୋଗଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଚିତ୍ରା ନକ୍ଷତ୍ର ପାଇଁ ଦିନଟି ବହୁତ ଅନୁକୂଳ ରହିବ, ଅର୍ଥ ଓ ସମ୍ମାନ ପାଇବେ।
ତୁଳା
ତୁଳା
ପରିବାରରେ ମନ ଭିତରର ଅଶାନ୍ତି ବିରକ୍ତିକର କଥାବାର୍ତ୍ତାର ରୂପ ନେଇପାରେ। ଆର୍ଥିକ ସଂକଟ ସୁଧାରିବା ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। ଯାହା ଆଶା କରୁଥିଲେ କିଛି ପରିମାଣରେ ଅବଶ୍ୟ ପାଇବେ।
ବିଛା
ବିଛା
ବନ୍ଧୁଙ୍କ ସହ ସାମାନ୍ୟ କଥାରେ ଅତିଶୟ ରାଗି ପରିସ୍ଥିତିକୁ ସରଗରମ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାରେ ପଡ଼ି ବିଶେଷ ଭାବରେ ବିଚଳିତ ହୋଇପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ନିର୍ମାଣ, ମାଲି ମକଦ୍ଦମା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତିରେ ଜୟଯୁକ୍ତ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜି ଶନିଙ୍କ ସ୍ଥିତି କାରଣରୁ ଅତୀତ କଥା ଚିନ୍ତା କରି ମନଟା ଭଲ ଲାଗି ନ ପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କକୁ ପୁଣି ଯୋଡ଼ିବାକୁ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଅସାବଧାନତା ପରିହାର କରି ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ସଭାସମିତିରେ ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକିପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟାବହୁଳ ପରିସ୍ଥିତିରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ରର କୌଣସି ଘଟଣାକୁ ନେଇ ଆଜି ମନ ଭାରାକ୍ରାନ୍ତ ରହିବ। ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହୋଇପାରେ। ବିବାଦୀୟ ଘଟଣାରେ, ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ

ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ବହୁଦୂରରେ ଥିବାର ଅନୁଭବ କରିବେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ଠିକ୍‌ ହୋଇଯିବ। ପ୍ରଶାସନିକ କାର୍ଯ୍ୟବ୍ୟସ୍ତତା ଭିତରେ ସମୟ ଅତିବାହିତ କରିବେ।

The post ରାଶିଫଳ: ରବିବାର, ଫେବୃଆରୀ ୧୮ ତାରିଖ – Daily Horoscope appeared first on Dharitri Odia News.