ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…
ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଅଛନ୍ତି । ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ଏହି ଆଲୋଚନା କରିଛନ୍ତି। ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓ […] The post ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ… appeared first on Dharitri Odia News.
ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଅଛନ୍ତି । ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ଏହି ଆଲୋଚନା କରିଛନ୍ତି।
ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓ କନ୍କ୍ଲେଭ ହେବାକୁ ଥିବା ବେଳେ କନକ୍ଲେଭ୍କୁ ଆସିବା ଲାଗି ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି। ତେବେ ଆଜି ମଧ୍ୟାହ୍ନଭୋଜନ ପରେ ଦ୍ବିତୀୟ ସେଗ୍ମେଣ୍ଟରେ ନିବେଶକଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ କାର୍ଯ୍ୟକ୍ରମ ରହିଛି।
The post ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ… appeared first on Dharitri Odia News.