ରାଷ୍ଟ୍ରପତି ପୁଲିସ ପଦକ ଘୋଷଣା

ଓଡ଼ିଶାର ୨ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ମିଳିବ ରାଷ୍ଟ୍ରପତି ପଦକ । ଓଡ଼ିଶାରୁ ଗୃହ ବିଭାଗ ସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ ।

ରାଷ୍ଟ୍ରପତି ପୁଲିସ ପଦକ ଘୋଷଣା

ଗଣତନ୍ତ୍ର ଦିବସ ପାଳନର ଗୋଟିଏ ଦିନ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପାଇଁ ପୁରସ୍କାର ଘୋଷଣା କରିଛନ୍ତି ଗୃହ ମନ୍ତ୍ରାଳୟ। ୭୫ତମ ଗଣତନ୍ତ୍ର ଦିବସରେ ଏହି ସମ୍ମାନ ପ୍ରଦାନ କରାଯିବ। ଆଜି ଗୃହ ମନ୍ତ୍ରାଳୟ ୧୧୩୨ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି।

ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗରେ ଉଲ୍ଲେଖନୀୟ ସେବା, ସାହସିକତା ଆଦି ପ୍ରଦର୍ଶନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ । ଓଡ଼ିଶାର ୨ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ମିଳିବ ରାଷ୍ଟ୍ରପତି ପଦକ । ଓଡ଼ିଶାରୁ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ ।

ଉଲ୍ଲେଖନୀୟ ସେବା ପଦକ ନେଇ ମଧ୍ୟ ଓଡ଼ିଶାର ୧୧ ପୁଲିସ ଅଧିକାରୀଙ୍କ ନାଁ ଘୋଷଣା ହୋଇଛି । ତାଲିକାରେ ପୂର୍ବାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇଙ୍କ ନାଁ ସହ ସ୍ଥାନ ପାଇଛନ୍ତି ୩ ଜଣ ଡିଏସ୍ପି ରାଙ୍କ ଅଧିକାରୀ ।

ସେହିପରି ସାହସିକତା ପୁରସ୍କାର ପାଇଁ ଦେଶରୁ ମୋଟ ୨୭୭ ଜଣଙ୍କୁ ମଧ୍ୟରୁ ଓଡ଼ିଶାରୁ ୧୫ ଜଣଙ୍କ ନାଁ ରହିଛି। ଏଥିମଧ୍ୟରେ ଏସଆଇ ଅରୁଣ କୁମାର ଭୋଇ, ହାବିଲଦାର ମୋତିରାମ ସାହୁ, କମାଣ୍ଡୋ ପ୍ରକାଶ ମାଝି, ନିରଞ୍ଜନ ସାହୁ, ଯଦୁମଣୀ ଭୋଇ, ଉମେଶ ସେଠ, ବୁବୁନ କୁମ୍ଭାର, ସଂଜୟ କୁମାର ଗୁରୁ, ବିଶ୍ବଜିତ ଦାସ ପ୍ରମୁଖଙ୍କ ନାଁ ରହିଛି । ଏନେଇ ବିସ୍ତୃତ ଭାବେ ତାଲିକା ପ୍ରକାଶ କରିଛି ସ୍ୱରାଷ୍ଟ୍ର ମନ୍ତ୍ରାଳୟ ।