ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡିଶା ଗସ୍ତ

ଭୁବନେଶ୍ୱର : ୭ ତାରିଖ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଏହି ଅବସରରେ ଆସନ୍ତା ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି I ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କର ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ରହିଛି I ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି I ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି I ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ ଖୋଲାଯିବ […]

ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡିଶା ଗସ୍ତ
ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡିଶା ଗସ୍ତ

ଭୁବନେଶ୍ୱର : ୭ ତାରିଖ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଏହି ଅବସରରେ ଆସନ୍ତା ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି I ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କର ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ରହିଛି I ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି I

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି I ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ ଖୋଲାଯିବ I ସ୍ୱାସ୍ଥ୍ୟ,ପରିମଳ,ରାଷ୍ଟ୍ରପତିଙ୍କ ଯା’ଆସ କରିବାକୁ ଥିବା ରାସ୍ତାର ରକ୍ଷଣାବେକ୍ଷଣ ବ୍ୟବସ୍ଥାକୁ ସୁ ନିଶ୍ଚିତ କରାଯିବ I ସେହିପରି ଉତ୍ସବସ୍ଥଳରେ ଯେପରି ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ରହିବ ସେଥିପ୍ରତି ଧ୍ୟାନ ଦିଆଯିବ I

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଆଜି ନବନିଯୁକ୍ତ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ରାଷ୍ଟ୍ର ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ଵାଲା ରାଷ୍ଟ୍ରପତିଙ୍କ ଗସ୍ତର ବିସ୍ତୃତ ବିବରଣୀ ଉପସ୍ଥାପନ କରିଥିଲେ I

ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଚଳିତମାସ ୬ତାରିଖ ସନ୍ଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କର ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ । ୭ ତାରିଖରେ ପୁରୀ ଗସ୍ତକରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ । ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ । ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।