ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ ଭାବେ କାର୍ଯ୍ୟରତ ଥିବା ବେଳେ ରବିବାର ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ସେ ଦୀର୍ଘ ୧୪ ବର୍ଷ ଧରି ଭାରତୀୟ ସ୍ଥଳ ସେନା ବାହିନୀରେ ସିପାହୀ ଭାବେ ଦେଶସେବାରେ ନିୟୋଜିତ ଥିବା ବେଳେ ତାଙ୍କ ସ୍ତ୍ରୀ ସାନଖେମୁଣ୍ଡି ବ୍ଲକ୍‌ ସୁମନ୍ତପୁର ପ୍ରାଥମିକ […] The post ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ appeared first on Dharitri Odia News.

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ ଭାବେ କାର୍ଯ୍ୟରତ ଥିବା ବେଳେ ରବିବାର ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ସେ ଦୀର୍ଘ ୧୪ ବର୍ଷ ଧରି ଭାରତୀୟ ସ୍ଥଳ ସେନା ବାହିନୀରେ ସିପାହୀ ଭାବେ ଦେଶସେବାରେ ନିୟୋଜିତ ଥିବା ବେଳେ ତାଙ୍କ ସ୍ତ୍ରୀ ସାନଖେମୁଣ୍ଡି ବ୍ଲକ୍‌ ସୁମନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ରବିବାର ଯବାନ ପବିତ୍ର ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ସେଠାରେ ଉପସ୍ଥିତ ସାଥୀ ସହକର୍ମୀମାନେ ତାଙ୍କୁ ଆର୍ମି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିବା ସହ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କର ପାର୍ଥିବ ଶରୀର ମଙ୍ଗଳବାର ଅପରାହ୍ନରେ ଏକ ସୁସଜ୍ଜିତ ସେନା ବାହିନୀ ଗାଡ଼ିରେ ପହଞ୍ଚିବା ପରେ ଏକ ବିଶାଳ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା। ସହିଦ ଯବାନ ପବିତ୍ର ଅମର ରହେ ଧ୍ୱନିରେ ଗ୍ରାମ ପ୍ରକମ୍ପିତ ହୋଇଥିଲା। ସାନଖେମୁଣ୍ଡି ବ୍ଲକ୍‌ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ସମେତ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଦେବରାଜ ସେଠୀ, ସମିତି ସଭ୍ୟ କାଳୁ ଚରଣ ଭୂୟାଁ ଏବଂ ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଅନ୍ତିମ ଶୋଭାଯାତ୍ରା ରେ ଉପସ୍ଥିତ ରହିବା ସହ ଶବାଧାରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ଗ୍ରାମ ଶ୍ମଶାନ ରେ ସେନା ବାହିନୀ ପକ୍ଷରୁ ବୀର ଯବାନ ପବିତ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା।

The post ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ appeared first on Dharitri Odia News.