ରାସନକାର୍ଡ ପାଇବେ ଆଉ ୮ଲକ୍ଷ ହିତାଧିକାରୀ !

ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ରାଜ୍ୟରେ ମୋଟ ୬ଲକ୍ଷ ୧୯ ହଜାର ୮୩୬ ପରିବାର ରାସନ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି।

ରାସନକାର୍ଡ ପାଇବେ ଆଉ ୮ଲକ୍ଷ ହିତାଧିକାରୀ !

ରାସନକାର୍ଡ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର। ମାସକ ମଧ୍ୟରେ ହିତାଧିକାରୀଙ୍କୁ ମିଳିପାରେ ରାସନ କାର୍ଡ। ଏନେଇ ରାଜ୍ୟ ସରକାର ପ୍ରକିୟା ଆରମ୍ଭ କରିଥିବା କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ରାଜ୍ୟରେ ମୋଟ ୬ଲକ୍ଷ ୧୯ ହଜାର ୮୩୬ ପରିବାର ରାସନ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ ହିତାଧିକାରୀ ଚୟନ ନିମନ୍ତେ ସରକାର ୧୨ଟି ‘ସ୍ୱତଃ ଯୋଗ ହେବା’ମାନଦଣ୍ଡ ଓ ୧୦ଟି ‘ବାଦ ଦେବା’ ମାନଦଣ୍ଡ ନିର୍ଦ୍ଧାରଣ କରିଛନ୍ତି।

ଅନ୍ୟପଟେ ହିତାଧିକାରୀଙ୍କ ତଥ୍ୟାବଳୀକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ଉଦ୍ଦେଶ୍ୟରେ ଇ-କେୱାଇସି ଯାଞ୍ଚ କରିବାକୁ ପଦକ୍ଷେପ ନିଆଯାଇଛି। ଏହି ଯାଞ୍ଚ ପରେ ନୂଆ ରାସନକାର୍ଡ ଯୋଗାଇଦେବା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।