ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଥିଲା । ପ୍ରଥମେ ଭାରସାମ୍ୟ ହରାଇ ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିଥିଲା। ଏହି ସମୟରେ ସାମ୍ନାପଟରୁ ଆସୁଥିବା ଏକ ପିକଅପ ଗାଡି ଟ୍ୟାଙ୍କରରେ ପିଟି ହୋଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି। ପିକଅପ ଗାଡିର ଡ୍ରାଇଭର ଏବଂ ମାଲିକ ଗୁରୁତର ହୋଇଛନ୍ତି। […] The post ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର appeared first on Dharitri Odia News.

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଥିଲା । ପ୍ରଥମେ ଭାରସାମ୍ୟ ହରାଇ ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିଥିଲା। ଏହି ସମୟରେ ସାମ୍ନାପଟରୁ ଆସୁଥିବା ଏକ ପିକଅପ ଗାଡି ଟ୍ୟାଙ୍କରରେ ପିଟି ହୋଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଅଳ୍ପକେ ବର୍ତ୍ତିଯାଇଛନ୍ତି। ପିକଅପ ଗାଡିର ଡ୍ରାଇଭର ଏବଂ ମାଲିକ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପୋଲିସ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତି କରିଛନ୍ତି। ଏହି ବୁଲାଣି ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ପ୍ରଶାସନ ଓ ଜାତୀୟ ରାଜପଥ ବିଭାଗ ଉଚିତ ପଦକ୍ଷେପ ନେବାକୁ ଦାବି ହେଉଛି।

The post ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର appeared first on Dharitri Odia News.