ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ
ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ। ଦୀପାଞ୍ଜଳି ନାମକ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ, ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଆମ୍ବୁଲାନ୍ସ ମଧ୍ୟ ଖବର ପାଇ ଠିକ ସମୟରେ ଗାଁରେ ପହଞ୍ଚି ମହିଳାଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଉଥିଲା। କିନ୍ତୁ […] The post ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ appeared first on Dharitri Odia News.
ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ।
ଦୀପାଞ୍ଜଳି ନାମକ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ, ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଆମ୍ବୁଲାନ୍ସ ମଧ୍ୟ ଖବର ପାଇ ଠିକ ସମୟରେ ଗାଁରେ ପହଞ୍ଚି ମହିଳାଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଉଥିଲା।
କିନ୍ତୁ ଦୁର୍ଭାଗ୍ୟକୁ ରାସ୍ତା ଖରାପ ଥିବାରୁ ବାଲିପଙ୍କ ଗାଁ ନିକଟରେ ମହିଳା ଜଣକ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହାପରେ ମା’ ଏବଂ ଶିଶୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, ସେଠାରେ ଚିକିତ୍ସିତ ହେଉଥିବା ବେଳେ ଉଭୟ ସୁସ୍ଥ ଥିବା ଜଣାପଡ଼ିଛି।
The post ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ appeared first on Dharitri Odia News.