ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍‌ ହୋଇଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଡ୍ରାଇଭର କାର ଛାଡି ପଳାଇଛନ୍ତି ତାକୁ ନେଇ ମଧ୍ୟ ସନ୍ଦେହ ବଢୁଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। The post ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ appeared first on Dharitri Odia News.

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି।

କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍‌ ହୋଇଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଡ୍ରାଇଭର କାର ଛାଡି ପଳାଇଛନ୍ତି ତାକୁ ନେଇ ମଧ୍ୟ ସନ୍ଦେହ ବଢୁଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି।

The post ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ appeared first on Dharitri Odia News.