ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କହିଛନ୍ତି। ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଉଥିବା ଭାଜପା ନେତାମାନଙ୍କ ବିରୋଧରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୋଇଛନ୍ତି। ରାହୁଲ ସତ କହିବାରୁ ତାଙ୍କ ଜିଭ କାଟିଦେବାକୁ ଏବଂ ତାଙ୍କୁ ଜେଜେମା’ ଇନ୍ଦିରା […] The post ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ… appeared first on Dharitri Odia News.

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କହିଛନ୍ତି।

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଉଥିବା ଭାଜପା ନେତାମାନଙ୍କ ବିରୋଧରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୋଇଛନ୍ତି। ରାହୁଲ ସତ କହିବାରୁ ତାଙ୍କ ଜିଭ କାଟିଦେବାକୁ ଏବଂ ତାଙ୍କୁ ଜେଜେମା’ ଇନ୍ଦିରା ଗାନ୍ଧୀଙ୍କ ଦଶା ଭୋଗିବାକୁ ପଡ଼ିବ ବୋଲି ଧମକ ଦିଆଯାଉଛି।

ଭାଜପା-ଆର୍‌ଏସ୍‌ଏସ୍‌ର ବିଷାକ୍ତ ମାନସିକତା ଦ୍ୱାରା କଂଗ୍ରେସ ଭୟଭୀତ ହୋଇଯିବ ନାହିଁ ବୋଲି ଖାର୍ଗେ ଜମ୍ମୁରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। କଂଗ୍ରେସ ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର ପାଇଁ ଜମ୍ମୁ ଯାଇଥିବା ଖାର୍ଗେ କହିଛନ୍ତି, ରାହୁଲଙ୍କୁ ଆତଙ୍କବାଦୀ ଏବଂ ଦେଶଦ୍ରୋହୀ କୁହାଯାଉଛି। ଏଭଳି ମନ୍ତବ୍ୟକୁ ପ୍ରଧାନମନ୍ତ୍ରୀ ପ୍ରୋତ୍ସାହିତ କରିବା ସହ ଉତ୍ତେଜନା ସୃଷ୍ଟିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଖାର୍ଗେ କହିଛନ୍ତି।

The post ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ… appeared first on Dharitri Odia News.