ରାୟଗଡ଼ ବ୍ଲକ ଅନ୍ତର୍ଗତ ମାଲବା ପଂଚାୟତ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ମାଲବା ଅନୁଷ୍ଠିତ।

ପାରଳାଖେମୁଣ୍ଡି;୩୦/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି […] The post ରାୟଗଡ଼ ବ୍ଲକ ଅନ୍ତର୍ଗତ ମାଲବା ପଂଚାୟତ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ମାଲବା ଅନୁଷ୍ଠିତ। appeared first on Odisha.News.

ରାୟଗଡ଼ ବ୍ଲକ ଅନ୍ତର୍ଗତ ମାଲବା ପଂଚାୟତ ସମ୍ମିଳନୀ କକ୍ଷ ଠାରେ ମିଳିତ  ଜନ ଅଭିଯୋଗ ଶୁଣାଣୀ ମାଲବା ଅନୁଷ୍ଠିତ।

ପାରଳାଖେମୁଣ୍ଡି;୩୦/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼.ଗୁଣନିଧି ନାୟକ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମର୍ଲାବା ଗ୍ରାମ ପଞ୍ଚାୟତ ସମେତ କୁମୁଲସିଂ, ସାନତୁଣ୍ଡି ଓ କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ- ୨୯୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୧୦ ଗୋଟି ଆସିଥିଲା , ସେଥିମଧ୍ୟରୁ ୧୫୦ ଗୋଟି ଆଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀମତୀ ପୂର୍ଣବାସୀ ନାୟକ , ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ,ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ,ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

The post ରାୟଗଡ଼ ବ୍ଲକ ଅନ୍ତର୍ଗତ ମାଲବା ପଂଚାୟତ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ମାଲବା ଅନୁଷ୍ଠିତ। appeared first on Odisha.News.