ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ…
ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି ବିଭିନ୍ନ ସ୍ଥାନରେ ଟଙ୍କା ଲୁଚାଇବାକୁ ବିଭୂଦାନନ୍ଦ ଉଦ୍ୟମ କରିଥିଲେ। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୭ ଜଣ ଡିଏସ୍ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ୍, ୬ ଇନ୍ସପେକ୍ଟର, ୬ ଏଏସ୍ଆଇ, ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। […] The post ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ… appeared first on Dharitri Odia News.
ଢେଙ୍କାନାଳ,୨୨ା୮: ଢେଙ୍କାନାଳ ସଦର ରେଞ୍ଜର ବିଭୂଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଟଏଲେଟ୍ ଫ୍ଲସ ଟାଙ୍କିରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ଭିଜିଲାନ୍ସକୁ ଦେଖି ବିଭିନ୍ନ ସ୍ଥାନରେ ଟଙ୍କା ଲୁଚାଇବାକୁ ବିଭୂଦାନନ୍ଦ ଉଦ୍ୟମ କରିଥିଲେ।
ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୭ ଜଣ ଡିଏସ୍ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ୍, ୬ ଇନ୍ସପେକ୍ଟର, ୬ ଏଏସ୍ଆଇ, ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। କଟକ ସ୍ବତନ୍ତ୍ର ଜଜ୍ ଭିଜିଲାନ୍ସଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ ଚାଲିଛି। ଢେଙ୍କାନାଳ ସହର ରତନ ବଜାରଠାରେ ପ୍ଲଟ୍ ନମ୍ବର ୩୧୬/୬୦୩୪ରେ ଥିବା ୩ ମହଲା ଘର ଓ ପ୍ଲଟ୍ ନମ୍ବର ୩୧୬ / ୬୫୪୦/ ୧୦୬୩୮ରେ ଥିବା ୨ ମହଲା ଘର, କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ରାହାଁଗୋଳଠାରେ ଥିବା ଫାର୍ମ ହାଉସ, ଭୁବନେଶ୍ୱର ରସୁଲଗଡ଼ସ୍ଥିତ ବ୍ରିନ୍ଦା ବସେରା ଜିଜିପି କଲୋନୀଠାରେ ଥିବା ୨୦୧ ନମ୍ବର ଫ୍ଲାଟ୍, ଆଠଗଡ଼ ବୀରକିଶୋରପୁର ଠାରେ ଥିବା ପୈତୃକ ଘର, ଢେଙ୍କାନାଳ ସହରରେ ଥିବା ସମ୍ପର୍କୀୟଙ୍କ ଘର, ତେଙ୍କାନାଳଠାରେ ଥିବା ତାଙ୍କର ସରକାରୀ ବାସଭବନ ଉପରେ ଚଢ଼ାଉ ଜାରି ରହିଛି। ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇନାହିଁ। ଚଢ଼ାଉ ସରିବା ପରେ ଏହା ଜଣାପଡ଼ିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।
The post ରେଞ୍ଜରଙ୍କ ଟଏଲେଟ୍ ଫ୍ଲସ୍ରୁ ମିଳିଲା ବିଡ଼ାବିଡ଼ା ଟଙ୍କା, ଭିଡିଓ ଦେଖିଲେ… appeared first on Dharitri Odia News.