ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି […] The post ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on Dharitri Odia News.
ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କର ଭୂମିକା କ’ଣ ଥିଲା। ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣକ କ’ଣ କରୁଥିଲେ। ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବ ବିଷୟ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ୍ ବୋଲି କେନ୍ଦ୍ରମନ୍ତ୍ରୀ ଆଜି କହିଛନ୍ତି।
ଅନ୍ୟପକ୍ଷରେ ରେଭେନ୍ସା ନାଁ ବଦଳିବା କହିଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କଡ଼ା ଭାଷାରେ ବିରୋଧ କରିଛନ୍ତି ତିନି ପୂର୍ବତନ ପ୍ରଫେସର ଏବଂ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କରିଛନ୍ତି ହେମେନ୍ଦ୍ର ନାରାୟଣ ଦାସ। ରେଭେନ୍ସା କେବଳ ନାମ ନୁହେଁ, ଇଟ ଇଜ୍ ଓ୍ବେ ଅଫ୍ ଲାଇଫ୍ ବୋଲି ସେ କହିଛନ୍ତି।
ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇରହିଛି। ହୀନମନ୍ୟତା କହି ସମାଲୋଚନା କରିଛନ୍ତି ସତ୍ୟକାମ ମିଶ୍ର। ସେ କହିଛନ୍ତି, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପ୍ରତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ ବୋଲି ସେ କହିଛନ୍ତି।
ସେହିପରି କମଳା ପ୍ରସାଦ ମହାପାତ୍ର କହିଛନ୍ତି, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ। ଓଡ଼ିଶା ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି ନ କରି ଏଥିରୁ ନିବୃତ ରୁହନ୍ତୁ ବୋଲି ସେ କ୍ଷୋଭ ପ୍ରକାଶ କରି କହିଛନ୍ତି।
The post ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ appeared first on Dharitri Odia News.