ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର
ଭୁବନେଶ୍ୱର:କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି । 250 କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ […]

ଭୁବନେଶ୍ୱର:କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି । 250 କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ଫୋକସ୍ ଜାରି ରଖିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦିଗ୍ଦର୍ଶନରେ ଓଡ଼ିଶା ବିକାଶର ଯେଉଁ ଲକ୍ଷ୍ୟ ରଖିଛି ତାହା ନିଶ୍ଚୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର ଆଲୋଚନା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।