ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ
ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବତୀ ଜଣକ କମେଣ୍ଟ ମାରୁଥିବା ଜଣେ ଯୁବତୀଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ଅନ୍ୟପକ୍ଷେ ଅନ୍ୟଜଣେ ଯୁବକ କୌଶଳ କ୍ରମେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି […] The post ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ appeared first on Dharitri Odia News.
ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି।
ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବତୀ ଜଣକ କମେଣ୍ଟ ମାରୁଥିବା ଜଣେ ଯୁବତୀଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ଅନ୍ୟପକ୍ଷେ ଅନ୍ୟଜଣେ ଯୁବକ କୌଶଳ କ୍ରମେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଜିମା ଦେଇଥିଲେ। ପୋଲିସ ଯୁବକଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି।
The post ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ appeared first on Dharitri Odia News.