ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ

ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।

ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଜିଠୁ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

ପାଣିପାଗ କେନ୍ଦ୍ର ଅନୁସାରେ, ଲଘୁଚାପ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୨୮ ତାରିଖ ବେଳକୁ ପଶ୍ଚିମା ଝଡ଼ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ବର୍ଷା  ହେବାର ସମ୍ଭବନର ପୂର୍ବାନୁମାନ କରି ପାଣିପାଗ କେନ୍ଦ୍ର।