ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି । ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, […] The post ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on KNews Odisha.

ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
heavy rain fall

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି । ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୧୨୦.୩ ମିମି ତୁଳନାରେ ଏହା ୮ପ୍ରତିଶତ ନିଅଣ୍ଟିଆ । ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।

The post ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ, ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on KNews Odisha.