ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୯।୦୮ :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ଯାଏ ପ୍ରବଳକୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ପହଞ୍ଚିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଗୁରୁବାର ମାଲକାନଗିରି, କୋରାପୁଟ,  ନବରଙ୍ଗପୁର ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତି  ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଅରେଞ୍ଜ ସତର୍କତା  ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ଗୁରୁବାର ଗଞ୍ଜାମ,  ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା,  ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।୩୦ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଠାଏ ଠାଏ ପ୍ରବଳରୁ ଅତି ପ୍ରବଳ  ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର,  କଳାହାଣ୍ଡି ଓ ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ସମ୍ଭାବନା ଅଛି । ନୂଆପଡ଼ା

ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୯।୦୮ :  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ ତାରିଖ ଯାଏ ପ୍ରବଳକୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଲଘୁଚାପରେ ପରିଣତ ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ପହଞ୍ଚିବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଗୁରୁବାର ମାଲକାନଗିରି, କୋରାପୁଟ,  ନବରଙ୍ଗପୁର ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତି  ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଅରେଞ୍ଜ ସତର୍କତା  ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ଗୁରୁବାର ଗଞ୍ଜାମ,  ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା,  ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

୩୦ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଠାଏ ଠାଏ ପ୍ରବଳରୁ ଅତି ପ୍ରବଳ  ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର,  କଳାହାଣ୍ଡି ଓ ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ସମ୍ଭାବନା ଅଛି । ନୂଆପଡ଼ା,  ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତ୍‌ସିଂହପୁରରେ   ଭାରୀ ବର୍ଷା ହୋଇପାରେ । ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  

ବୁଧବାର ପୁରୀ, ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ନିର୍ଧୁମ ବର୍ଷିଛି। ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସହର ଓ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି  ସୃଷ୍ଟି ହେବ । ଏଥିପାଇଁ ସତର୍କ ରହି ଆଗୁଆ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ଓ  ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି ।