ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ବର୍ଷିବ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷୁଛି । ଆହୁରି ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ତଥା ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ […] The post ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ବର୍ଷିବ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି appeared first on KNews Odisha.

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷୁଛି । ଆହୁରି ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ତଥା ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ। ବିଶେଷକରି ଉତ୍ତରଓଡ଼ିଶାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ, କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଛି । ୧୬ ତାରିଖ ପରେ ବର୍ଷାର ପରିମାଣ କମିବ ।
Also read : ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷୁଛି, ବନ୍ୟା ଭଳି ସ୍ଥିତି ଉପୁଜିପାରେ : ଆଇଏମଡି
The post ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ବର୍ଷିବ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି appeared first on KNews Odisha.