ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ: ଚିନ୍ତାରେ ଚାଷୀ କୂଳ
ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ ହୋଇଥିବା ପାଚିଲା ଧାନକୁ କିପରି ବର୍ଷା ଦାଉରୁ ରକ୍ଷା କରିବେ ସେଥିପାଇଁ କିଏ ପଲିଥିନ ଢାଙ୍କୁଛି ତ ଆଉ କିଏ ବସ୍ତାରେ ଧାନକୁ ସାଇତି […] The post ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ: ଚିନ୍ତାରେ ଚାଷୀ କୂଳ appeared first on Odisha.News.

ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ ହୋଇଥିବା ପାଚିଲା ଧାନକୁ କିପରି ବର୍ଷା ଦାଉରୁ ରକ୍ଷା କରିବେ ସେଥିପାଇଁ କିଏ ପଲିଥିନ ଢାଙ୍କୁଛି ତ ଆଉ କିଏ ବସ୍ତାରେ ଧାନକୁ ସାଇତି ରଖୁଥିବା ଦେଖିବାକୁ ମିଳୁଛି । ଯାହାକିଛି ଧାନ ଅମଳ ହୋଇଛି ସରକାରୀ ମଣ୍ଡି ଖୋଲିନଥିବାରୁ ଧାନ କିପରି ବିକ୍ରି କରିବେ ସେଥିପାଇଁ ଚିନ୍ତାରେ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ୨ଦିନ ହେଲା କୋହଲା ପାଗ ସହିତ ଝିପିଝିପି ବର୍ଷା ଲାଗି ରହିଥିହାରୁ ଅନେକ ସ୍ଥାନରେ ଧାନ ଭିଜିବା ସହିତ କ୍ଷେତରେ ପାଣି ଜମିବାରେ ଲାଗିଛି। ଫଳରେ ଧାନ ଗଜା ହୋଇଯିବ ବୋଲି ଚାଷୀମାନେ କହିଛନ୍ତି। ଶହଶହ ଏକର ଚାଷ ଜମିରୁ ଏପର୍ଯ୍ୟନ୍ତ ଧାନ କଟା ହୋଇ ପଡି ରହି ଥିବାରୁ ତାହା କ୍ଷେତରେ ନଷ୍ଟ ହେବାକୁ ବସିଛି। ଏଥିପାଇଁ ବିଭାଗୀୟ ଉଚ୍ଚ କର୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଧାନ ମଣ୍ଡି ଖୋଲିବାକୁ ଚାଷୀ ମହଲରୁ ଦାବୀ ହେଉଛି l
The post ଲଘୁଚାପ ବର୍ଷାରେ କ୍ଷେତ ଓ ଖଳାରେ ଭିଜୁଛି ପାଚିଲା ଧାନ: ଚିନ୍ତାରେ ଚାଷୀ କୂଳ appeared first on Odisha.News.