ଲଘୁଚାପ ସୃଷ୍ଟି; ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା
ଭୁବନେଶ୍ଵର : ଆଜିଠୁ କମିବ ଶୀତ । ୩ରୁ ୫ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ ରାତି ତାପମାତ୍ରା । ସେପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଆଗକୁ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ୧୯ ତାରିଖ ସୁଦ୍ଧା ଗତିପଥ ପରିବର୍ତ୍ତନ କରି ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୧ ତାରିଖ ସୁଦ୍ଧା ଅଧିକ […] The post ଲଘୁଚାପ ସୃଷ୍ଟି; ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା appeared first on KNews Odisha.

ଭୁବନେଶ୍ଵର : ଆଜିଠୁ କମିବ ଶୀତ । ୩ରୁ ୫ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବ ରାତି ତାପମାତ୍ରା । ସେପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଆଗକୁ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ୧୯ ତାରିଖ ସୁଦ୍ଧା ଗତିପଥ ପରିବର୍ତ୍ତନ କରି ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୧ ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତ ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଏବଂ ପୁଡୁଚେରୀରେ ବର୍ଷା ସମ୍ଭାବନା ରହିଛି ।
ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆକାଶ ମେଘାଛନ୍ନ ରହିବା ସହ ପାଗ କୋହଲା ରହିବ । ବର୍ଷା ଫଳରେ ରାତିର ତାପମାତ୍ରା ବୃଦ୍ଧି ପାଇବ । ୨୨ ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହ ତାପମାତ୍ରାରେ ପୁଣି ହ୍ରାସ ପାବ । ଗତ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ରହିଛି । ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୭ ଡିଗ୍ରୀ ରେକର୍ଡ କରାଯାଇଛି ।
The post ଲଘୁଚାପ ସୃଷ୍ଟି; ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା appeared first on KNews Odisha.