ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରାଧାମାଧବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି ଓ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ସ୍କୁଲ ପରିଚାଳନା କମିଟି ସଭାପତି ବଳରାମ ପୂଜାରୀ, ଲାଞ୍ଜିଗଡ଼ କ୍ଲଷ୍ଟର ସିଆର୍‌ସିସି ଜଳନ୍ଧର ମାଝୀ ପ୍ରମୁଖ […] The post ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ appeared first on Dharitri Odia News.

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ରାଧାମାଧବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି ଓ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ସ୍କୁଲ ପରିଚାଳନା କମିଟି ସଭାପତି ବଳରାମ ପୂଜାରୀ, ଲାଞ୍ଜିଗଡ଼ କ୍ଲଷ୍ଟର ସିଆର୍‌ସିସି ଜଳନ୍ଧର ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ। ସ୍କୁଲର ଛାତ୍ରୀ ସ୍ବାତୀ ଆଚାରୀ ଓ ରଞ୍ଜିତା ଆଚାରୀ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଧାନ ଶିକ୍ଷକ ରଥ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଶିକ୍ଷକ ମନୋଜ କୁମାର ମହାଖୁଡ ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ଲାଞ୍ଜିଗଡ ଆଶ୍ରମ ପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଆଶ୍ରମପଡ଼ା ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ କାମିନୀ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲଷ୍ମୀପ୍ରିୟା ମୁଦୁଲି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ସରପଞ୍ଚ ସରସ୍ବତୀ ମୁଣ୍ଡା, ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ବେନୁପାଣି , ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟାପକ ନିହାରକାନ୍ତ ବିଶ୍ୱାଳ, ପରିଚାଳନା କମିଟିର ସଭାପତି ସୁଦର୍ଶନ ମୁଣ୍ଡା, ବେଦାନ୍ତ ଲିମିଟେଡ଼ ସିଏସଆର ସୋମନା ଚକ୍ରବର୍ତ୍ତୀ, ସିନି ଟାଟା ଟ୍ରଷ୍ଟ ମଳୟ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଦୁର୍ଯ୍ୟଧନ ନାଏକ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ ହେମାମାଳିନୀ ସାହୁ ସହଯୋଗ କରିଥିଲେ ।

The post ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ appeared first on Dharitri Odia News.