ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩।୨: ଭାରତୀୟ ଜନତା ଦଳର ଭେଟେରାନ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ମୋଦି ନିଜେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ପୋଷ୍ଟରେ କହିଛନ୍ତି ଯେ, ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ଯାହାକୁ ନେଇ ମୁଁ ଅତ୍ୟନ୍ତ ଖୁସି। ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛି। ଆଡଭାନୀ ଆମ ସମୟର ଅନ୍ୟତମ ସମ୍ମାନିତ ରାଜନେତା […] The post ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.
ନୂଆଦିଲ୍ଲୀ,୩।୨: ଭାରତୀୟ ଜନତା ଦଳର ଭେଟେରାନ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ମୋଦି ନିଜେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ପୋଷ୍ଟରେ କହିଛନ୍ତି ଯେ, ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ଯାହାକୁ ନେଇ ମୁଁ ଅତ୍ୟନ୍ତ ଖୁସି। ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛି। ଆଡଭାନୀ ଆମ ସମୟର ଅନ୍ୟତମ ସମ୍ମାନିତ ରାଜନେତା ଏବଂ ଭାରତର ବିକାଶରେ ତାଙ୍କର ଅବଦାନ ଅବିସ୍ମରଣୀୟ।
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଲାଲକୃଷ୍ଣ ଆଡଭାନୀ ତୃଣମୂଳ ସ୍ତରରେ କାମ କରିବା ଠାରୁ ଆରମ୍ଭ କରି ଦେଶର ଉପମୁଖ୍ୟମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟ ଅତୁଳନୀୟ। ସେ ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଭାବରେ ମଧ୍ୟ ନିଜର ପରିଚୟ ସୃଷ୍ଟି କରିଛନ୍ତି।
BJP stalwart LK Advani to be conferred Bharat Ratna: PM Modi
Read @ANI Story | https://t.co/SmGFvvhmsp#LKAdvani #BharatRatna #BJP #PMModi pic.twitter.com/ZQfMkhlmA2
— ANI Digital (@ani_digital) February 3, 2024
The post ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ appeared first on Dharitri Odia News.