ଲାଲ୍‌କୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି; ଚିକିତ୍ସା ଦାୟିତ୍ବରେ ସ୍ବତନ୍ତ୍ର ଡାକ୍ତରୀ ଦଳ

ନୂଆଦିଲ୍ଲୀ: ଦେଶର ପୂର୍ବତନ ଗୃହମନ୍ତ୍ରୀ ଏବଂ ଭାରତୀୟ ଜନତା ପାର୍ଟିର ପୂର୍ବ ଅଧ୍ୟକ୍ଷ ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଆଡଭାନୀଙ୍କ ଚିକିତ୍ସା କରୁଛନ୍ତି । ସୂଚନା ଅନୁଯାୟୀ, ଗତ ଦୁଇ ସପ୍ତାହ ହେଲା ତାଙ୍କ ଦେହ ସେତେଟା ଠିକ୍ ନଥିଲା । ଆଜି ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ପରିବାର ଲୋକ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।  ଏହା ପୂର୍ବରୁ ଜୁଲାଇ ମାସରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା । ଏହା ଠିକ୍ ଗୋଟିଏ ମାସ ପୂର୍ବ ଲାଲକୃଷ୍ଣ ଆଡଭାନୀଙ୍କୁ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡିବାରୁ ତାଙ୍କୁ ଦିଲ୍ଲୀ ଏମ୍‌ସରେ ଆଡମିଶନ କରି ଚିକିତ୍ସା କରାଯାଇଥିଲା । ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମ ୯୧୨୭ ମସିହାରେ କରାଚୀରେ ହୋଇଥିଲା । ଆଡଭାନୀ ୧୯୪୨ ମହିସାରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସହିତ ଯୋଡ଼ି ହୋଇଥିଲେ । ପରେ ପ୍ରତ୍ୟକ୍ଷ ରାଜନୀତିରେ ପ୍ରବେଶ କରିଥିଲେ  ।  ୧୯୮୬ରୁ ୧୯୯୦ ପର୍ଯ୍ୟନ୍ତ, ୧୯୯୩ରୁ ୧୯୯୮ ଏବଂ ୨୦୦୪ରୁ ୨୦୦୫ ପର୍ଯ୍ୟନ୍ତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି । ଲାଲକୃଷ୍ଣ ଆଡଭାନୀ ଭାରତୀୟ ଜନତା ପାର୍ଟିର ସବୁଠାରୁ ଲମ

ଲାଲ୍‌କୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି; ଚିକିତ୍ସା ଦାୟିତ୍ବରେ ସ୍ବତନ୍ତ୍ର ଡାକ୍ତରୀ ଦଳ

ନୂଆଦିଲ୍ଲୀ: ଦେଶର ପୂର୍ବତନ ଗୃହମନ୍ତ୍ରୀ ଏବଂ ଭାରତୀୟ ଜନତା ପାର୍ଟିର ପୂର୍ବ ଅଧ୍ୟକ୍ଷ ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଆଡଭାନୀଙ୍କ ଚିକିତ୍ସା କରୁଛନ୍ତି । ସୂଚନା ଅନୁଯାୟୀ, ଗତ ଦୁଇ ସପ୍ତାହ ହେଲା ତାଙ୍କ ଦେହ ସେତେଟା ଠିକ୍ ନଥିଲା । ଆଜି ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ପରିବାର ଲୋକ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।  

ଏହା ପୂର୍ବରୁ ଜୁଲାଇ ମାସରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା । ଏହା ଠିକ୍ ଗୋଟିଏ ମାସ ପୂର୍ବ ଲାଲକୃଷ୍ଣ ଆଡଭାନୀଙ୍କୁ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡିବାରୁ ତାଙ୍କୁ ଦିଲ୍ଲୀ ଏମ୍‌ସରେ ଆଡମିଶନ କରି ଚିକିତ୍ସା କରାଯାଇଥିଲା । 

ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମ ୯୧୨୭ ମସିହାରେ କରାଚୀରେ ହୋଇଥିଲା । ଆଡଭାନୀ ୧୯୪୨ ମହିସାରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସହିତ ଯୋଡ଼ି ହୋଇଥିଲେ । ପରେ ପ୍ରତ୍ୟକ୍ଷ ରାଜନୀତିରେ ପ୍ରବେଶ କରିଥିଲେ  ।  ୧୯୮୬ରୁ ୧୯୯୦ ପର୍ଯ୍ୟନ୍ତ, ୧୯୯୩ରୁ ୧୯୯୮ ଏବଂ ୨୦୦୪ରୁ ୨୦୦୫ ପର୍ଯ୍ୟନ୍ତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି । ଲାଲକୃଷ୍ଣ ଆଡଭାନୀ ଭାରତୀୟ ଜନତା ପାର୍ଟିର ସବୁଠାରୁ ଲମ୍ବା ସମୟ ଧରି ରହିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ । ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ ୧୯୯୯ରୁ ୨୦୦୫ ପର୍ଯ୍ୟନ୍ତ ଗୃହମନ୍ତ୍ରୀ ଏବଂ ଉପ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି । ୨୦୦୯ ନିର୍ବାଚନରେ ବିଜେପି ତାଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ସାମ୍ନାକୁ ଆଣିଥିଲା । ...