ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !
ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି ଜୋର୍ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। […] The post ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ ! appeared first on Dharitri Odia News.
ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି ଜୋର୍ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ମାତ୍ର ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୨ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଅନ୍ୟପକ୍ଷରେ ପୌର ପ୍ରଶାସନ ଜବରଦଖଲକାରୀଙ୍କୁ ଚିରାଚରିତ ଢଙ୍ଗରେ ପୁଣି ନୋଟିସ୍ ଦେଇଛି। ନୋଟିସ୍ ପାଇବାର ୭ଦିନ ମଧ୍ୟରେ ଜବରଦଖଲ ଅଂଶ ଖାଲି କରିବା ପାଇଁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି। ନଚେତ୍ ଜବରଦଖଲ ଅଂଶର ନିର୍ମାଣକୁ ଭାଙ୍ଗି ଦିଆଯିବ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି। ଏଭଳି ୨୫ଜଣଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ଆସନ୍ତା ୨୯ତାରିଖରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହେବ ବୋଲି ଚର୍ଚ୍ଚା ଚାଲିଛି। ତେବେ ଏଥର ଜବରଦଖଲ ଉଚ୍ଛେଦ ହେବ ନା ନୋଟିସରେ ତାହା ସୀମିତ ରହିଯିବ, ତାକୁ ଏବେ ସହରବାସୀ ଚାହିଁ ବସିଛନ୍ତି।
The post ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ ! appeared first on Dharitri Odia News.