ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା […] The post ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି appeared first on Dharitri Odia News.

ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ।

ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା ୮ରେ ଶପଥ ନେବେ ବୋଲି ଜଣାପଡିଛି।

The post ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି appeared first on Dharitri Odia News.