ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ
ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ବ୍ଲକ ଓ ଜିଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେଇ ସେ ଏପରି ମନ୍ତବ୍ୟ […] The post ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ appeared first on Dharitri Odia News.
ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ବ୍ଲକ ଓ ଜିଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେଇ ସେ ଏପରି ମନ୍ତବ୍ୟ ଦେଇଛନ୍ତି ।
ସେ ଆହୁରି କହିଛନ୍ତି, ସଂସ୍କୃତିକୁ ଗତିଶୀଳ କରିବା ନିମନ୍ତେ ଲୋକକଳା ପ୍ରତି ଯୁବପିିଢିଙ୍କୁ ଆକୃଷ୍ଟ କରିବାକୁ ପଡିବ । ଲୋକକଳା ବଞ୍ଚିବାକୁ ହେଲେ କଳାକାରମାନଙ୍କ ଉନ୍ନତି ହେବା ଉଚିତ ବୋଲି ସେ କହିଛନ୍ତି । ଏଥି ନିମନ୍ତେ ସରକାର ଆସନ୍ତା ୩ରୁ ୪ ମାସ ମଧ୍ୟରେ କଳାକାରମାନଙ୍କୁ ଖୁସି ଖବର ଦେବେ ବୋଲି ସେ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ କଳାପ୍ରେମୀ ହୋଇଥିବାରୁ କଳାକାରମାନଙ୍କ ଉନ୍ନତି ନିମନ୍ତେ ସେ ସର୍ବଦା ଗୁରୁତ୍ୱାରୋପ କରୁଛନ୍ତି । ମିଶନ ଶକ୍ତି ଯେପରି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି ଏବଂ ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି ଅନୁରୂପ ଢାଞ୍ଚାରେ କଳାକାର ସଂଘକୁ ସଶକ୍ତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସଂଘକୁ ୫-ଟି ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବା ସହ ବ୍ଲକ ଏବଂ ଜିଲାସ୍ତରୀୟ ସଂଘ କାର୍ଯ୍ୟାଳୟ ଖୋଲାଯିବ
ଏହି ଅବସରରେ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାସ, ମିଶନ ଶକ୍ତି ଯୁଗ୍ମ ଶାସନ ସଚିବ ବିନୋଦ ଜେନା, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଅତସୀ ଦାସ, ସୁବୋଧ ଆଚାର୍ଯ୍ୟ, ଉପନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ, ସୂଚନା, ଶିକ୍ଷା ଓ ଯୋଗାଯୋଗ ଅଭିଯାନର ପରାମର୍ଶଦାତା କୃଷ୍ଣଚନ୍ଦ୍ର ନିଶାଙ୍କ ପ୍ରମୁଖ ଉପସ୍ଥିତ ଥିଲେ ।
The post ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ appeared first on Dharitri Odia News.