ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ
ଭୁବନେଶ୍ୱର : ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ । ସମସ୍ତ ସଚିବଙ୍କ ସହ ବିକାଶମୂଳକ କାର୍ଯ୍ୟକ୍ରମ ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ବିଭାଗୀୟ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି […] The post ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ appeared first on KNews Odisha.

ଭୁବନେଶ୍ୱର : ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ । ସମସ୍ତ ସଚିବଙ୍କ ସହ ବିକାଶମୂଳକ କାର୍ଯ୍ୟକ୍ରମ ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ବିଭାଗୀୟ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଛନ୍ତି ।
ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗ ଗୁଡିକ ଆବଶ୍ୟକ ସ୍ଥଳେ ଅଧିକ ବୈଷୟିକ ମାନବସମ୍ବଳ ନିଯୁକ୍ତ କରି କାର୍ଯ୍ୟକ୍ରମଗୁଡିକୁ ଆଗେଇ ନେବା ଉଚିତ୍ ବୋଲି ସେ କହିଥିଲେ । ୨୦୩୬ ଓ ୨୦୪୭ ପାଇଁ ରାଜ୍ୟ ସରକାର ବଡ ଭିଜନ୍ ରଖି କାମ ଆରମ୍ଭ କରିଛନ୍ତି । ତେଣୁ ସମସ୍ତ ବିଭାଗ ଏହାକୁ ଦୃଷ୍ଟିରେ ରଖି ଟିମ୍ ସ୍ପିରିଟ୍ ନେଇ କାମ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
The post ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ appeared first on KNews Odisha.