ଶଙ୍ଖ ଭବନରେ ରାଣୀ ମାଆଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ରାଣୀ ମାଆଙ୍କୁ ଅନ୍ତିମ ବିଦାୟ। ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ପାର୍ଥିବ ଶରୀର ଓଡ଼ିଶାରେ... The post ଶଙ୍ଖ ଭବନରେ ରାଣୀ ମାଆଙ୍କୁ ଶ୍ରଦ୍ଧାଞ୍ଜଳି appeared first on .

ଶଙ୍ଖ ଭବନରେ ରାଣୀ ମାଆଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ରାଣୀ ମାଆଙ୍କୁ ଅନ୍ତିମ ବିଦାୟ। ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ମରଶରୀର ଏୟାରପୋର୍ଟରେ ପହଞ୍ଚିବା ପରେ ଶେଷ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ । ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର । ସେଠାରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଣୀଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ବିଜେଡି ନେତାମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେଠାରୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡଅଫ ଅନର ପ୍ରଦାନ କରାଯାଇଛି । ବିଧାୟକ ଓ ଅନେକ ଦଳର ନେତାମାନେ ତାଙ୍କର ଶେଷ ଦର୍ଶନ କରିଥିଲେ । ସକାଳେ ୮୬ ବର୍ଷ ବୟସରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ୧୦ ଥରର ବିଧାୟିକା ଥିବା ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ । ୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ। ପିତା ରାଜା ଆର.ଭି.ଏମ ନୀଳାଦ୍ରି ଦେଓଙ୍କ କନ୍ଯା ଭାବେ ସେ ରାଜକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ବି ସମାଜସେବାକୁ କରିଥିଲେ ଜୀବନର ବ୍ରତ।  ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ ବହୁବର୍ଷ ଆଗରୁ ଇହଲୀଳା ସାଂଗ କରିଥିଲେ। ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ।  ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ । ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ।

 

The post ଶଙ୍ଖ ଭବନରେ ରାଣୀ ମାଆଙ୍କୁ ଶ୍ରଦ୍ଧାଞ୍ଜଳି appeared first on .