ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ…
ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି। ତେବେ ଏହାକୁ ନେଇ କାଉଣ୍ଟର କରିଛନ୍ତି ବବି ଦାସ। ସେ କହିଛନ୍ତି, […] The post ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ… appeared first on Dharitri Odia News.
ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି।
ତେବେ ଏହାକୁ ନେଇ କାଉଣ୍ଟର କରିଛନ୍ତି ବବି ଦାସ। ସେ କହିଛନ୍ତି, ଶଙ୍ଖ ଭବନ ଜମି ଲିଜ୍ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ବ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ଭାଜପା ଦଳୀୟ କାର୍ଯ୍ୟାଳୟ ପାଇଁ ଜମି ପ୍ରଦାନ କରାଯାଇଥିଲା । ଜମି ଆବଣ୍ଟନ ପାଇଁ ବିଧି ଅନୁଯାୟୀ ବିଜେଡି ଆବେଦନ କରିଥିଲା ଏବଂ ସରକାରୀ ସ୍ତରରେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା, ତାକୁ ଅନୁପାଳନ ମଧ୍ୟ କରିଥିଲା । ଏଥିରେ କୈାଣସି ପ୍ରକାରର ତ୍ରୁଟି ବିଚ୍ୟୁତି ନାହିଁ ।
ଶଙ୍ଖ ଭବନ ଜମି ଲିଜ୍ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ୱ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ବିଜେପି ଦଳୀୟ କାର୍ଯ୍ୟାଳୟ ପାଇଁ…
— Pranab Prakash Das (@pranabpdas) July 20, 2024
ନୂଆ ମନ୍ତ୍ରୀ ହୋଇଥିବା ଶ୍ରୀ ପୂଜାରୀ ସମସ୍ତ ତଥ୍ୟ ସଂକ୍ରାନ୍ତରେ ଅବଗତ ନ’ହୋଇ ଗଣମାଧ୍ୟମ ସାମ୍ନାକୁ ଆସି ମନଇଛା ବକ୍ତବ୍ୟ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାରୀ ନିଷ୍ପତ୍ତି ଅନୁଯାୟୀ ଅତ୍ୟନ୍ତ ସ୍ବଛତାର ସହ ବିଜେଡି ସମସ୍ତ କାର୍ଯ୍ୟ କରିଛି ବୋଲି ବବି କହିଛନ୍ତି।
The post ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ… appeared first on Dharitri Odia News.