ଶତପ୍ରତିଶତ ସଫଳତା ହାସଲ କଲେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ସିବିଏସ୍‍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀରେ ସ୍କୁଲ୍‍ର ୪୫ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଦଶମରେ ୨୫ ପ୍ରତିଶତ ଛାତ୍ରଛାତ୍ରୀ ୯୫%ରୁ ଅଧିକ ନମ୍ବର ରଖିଛନ୍ତି। ଦଶମରେ ଆଦ୍ୟାଶା ଦାସ ସର୍ବାଧିକ ୯୮ ପ୍ରତିଶତ ନମ୍ବର […] The post ଶତପ୍ରତିଶତ ସଫଳତା ହାସଲ କଲେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ appeared first on KNews Odisha.

ଶତପ୍ରତିଶତ ସଫଳତା ହାସଲ କଲେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ସିବିଏସ୍‍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀରେ ସ୍କୁଲ୍‍ର ୪୫ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଦଶମରେ ୨୫ ପ୍ରତିଶତ ଛାତ୍ରଛାତ୍ରୀ ୯୫%ରୁ ଅଧିକ ନମ୍ବର ରଖିଛନ୍ତି। ଦଶମରେ ଆଦ୍ୟାଶା ଦାସ ସର୍ବାଧିକ ୯୮ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ ବିଜ୍ଞାନରେ ସ୍ନେହା କୁମାରୀ ସର୍ବାଧିକ ୯୭ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଥିବା ବେଳେ ବାଣିଜ୍ୟରେ ପ୍ରିୟଙ୍କା ଦାସ ଓ ପଲକ ସାମନ୍ତରାୟ ସର୍ବାଧିକ ୯୭.୪ ନମ୍ବର ଓ ହ୍ୟୁମାନିଟିଜରେ ବସୁନ୍ଧରା ରାୟ ସର୍ବାଧିକ ୯୭.୪ ପ୍ରତିଶତ ନମ୍ବର ରଖି ସ୍କୁଲ୍‍ ଟପପର ହୋଇଛନ୍ତି ।

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲର ସ୍ପେଶିଆଲ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସେନ୍‍ ଗ୍ଲୋବର ସମସ୍ତ ୧୧ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସ୍କୁଲ୍‍ର ସଫଳତାରେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷା ପ୍ରଣାଳୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଏବଂ ଛାତ୍ରଛାତ୍ରୀଙ୍କୁ ସମୟ ଉପଯୋଗୀ ପରାମର୍ଶ ଯୋଗୁଁ ଦୀର୍ଘ ୧୬ବର୍ଷ ହେଲା ଏହି ସଫଳତା ସମ୍ଭବ ହୋଇଆସୁଛି ବୋଲି ସେ କହିଛନ୍ତି। ଏଥିପାଇଁ ସେ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶେଷ କରି ସେନ୍‍ ଗ୍ଲୋବର ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ଯତ୍ନ ନିଆଯାଇପାରୁଥିବାରୁ ସେମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରୁଛନ୍ତି। ମାନସିକସ୍ତରରେ ସେମାନେ ଦୁର୍ବଳ ଥିଲେ ମଧ୍ୟ ବହୁ କଷ୍ଟକରି ସେମାନେ ସଫଳତା ପାଇବା ସ୍କୁଲ୍‍ ପାଇଁ ଗର୍ବର ବିଷୟ ବୋଲିଡ. ସାମନ୍ତ କହିଛନ୍ତି।

The post ଶତପ୍ରତିଶତ ସଫଳତା ହାସଲ କଲେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ appeared first on KNews Odisha.