ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ ଭରଦ୍ୱାଜ ଏବଂ ଇମ୍ରାନ୍‌ ହୁସେନ୍‌ ମନ୍ତ୍ରୀ ଭାବେ ଶପଥ ନେବାକୁ ଥିବାବେଳେ ନୂଆ କ୍ୟାବିନେଟରେ ଦଳର ୨ ବିଧାୟକ ସାମିଲ ହେବେ ବୋଲି ଜଣାପଡ଼ିଛି। ଗତ ୧୭ ତାରିଖରେ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା […] The post ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ appeared first on Dharitri Odia News.

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ ଭରଦ୍ୱାଜ ଏବଂ ଇମ୍ରାନ୍‌ ହୁସେନ୍‌ ମନ୍ତ୍ରୀ ଭାବେ ଶପଥ ନେବାକୁ ଥିବାବେଳେ ନୂଆ କ୍ୟାବିନେଟରେ ଦଳର ୨ ବିଧାୟକ ସାମିଲ ହେବେ ବୋଲି ଜଣାପଡ଼ିଛି।

ଗତ ୧୭ ତାରିଖରେ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ନୂଆ ସରକାର ଗଠନ ପାଇଁ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ୨୧ ତାରିଖରେ ଶପଥ ଗ୍ରହଣ ପାଇଁ ବୁଧବାର ଉପରାଜ୍ୟପାଳ ପ୍ରସ୍ତାବ ଦେଇଥିଲେ। ରାଜ ନିବାସରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଜଣାପଡ଼ିଛି।

The post ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ appeared first on Dharitri Odia News.