ଶନିବାର ସକାଳେ ଏହି ସବୁ ଜିଲ୍ଲାରେ ହେବ ଘନ କୁହୁଡି!
ଶନିବାର ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।
ଆସନ୍ତାକାଲି ଅର୍ଥାତ ଶନିବାରଠାରୁ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ଜାଡରୁ ମିଳିବ ସାମାନ୍ୟ ଆଶ୍ୱସ୍ତି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୨୩ ତାରିଖ(ଶନିବାର) ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।
୨୪ ତାରିଖ ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।
କମିବ ଶୀତ
ବଢିବ #କୁହୁଡି ପ୍ରଭାବ !! pic.twitter.com/2DUHJQNGZg— Meteorological Centre, Bhubaneswar (@mcbbsr) December 22, 2023
୨୫ ତାରିଖ ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।