ଶନିବାରଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ, ସେବାପୂଜାରେ ହେବନି ବ୍ୟାଘାତ

ପୁରୀ ୨୦/୦୯: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧, ୨୨, ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ ଦୁଇଟାରୁ ସନ୍ଧ୍ୟା ୬ଘ ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ପୂର୍ବରୁ ଗତ ୧୮ ସେପଟେମ୍ବର ଦିନ ଶ୍ରୀମନ୍ଦ

ଶନିବାରଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ, ସେବାପୂଜାରେ ହେବନି ବ୍ୟାଘାତ

ପୁରୀ ୨୦/୦୯: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧, ୨୨, ଏବଂ ୨୩ ତାରିଖ ତିନି ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ ଦୁଇଟାରୁ ସନ୍ଧ୍ୟା ୬ଘ ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା ସେପଟେମ୍ବର ୨୪ ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଅନୁରୋଧ କରିବା ପରେ ଏ.ଏସ୍ ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ତାରିଖ ସ୍ଥିର ହୋଇଛି । 

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । 

ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ପୂର୍ବରୁ ଗତ ୧୮ ସେପଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଏ.ଏସ୍.ଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା । ସେହି ଦିନ ସର୍ଭେ ସମୟରେ ଏ.ଏସ୍.ଆଇର ବୈଷୟିକ ଟିମର ମୁଖ୍ୟ ଏବଂ  ସି.ଏସ.ଆଇ.ଆର୍-ଏନ.ଜି.ଆର.ଆଇ (NGRI) ର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତାମତ ଦେଇଥିଲେ । 

ରାଡାର୍ ପେନିଟ୍ରେଟିଂ ସିସ୍ଟମ୍ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ  ବୈଷୟିକ ଟିମ୍ ପ୍ରସ୍ତାବ ଦେଇଥିଲେ । ତେଣୁ ଆସନ୍ତା ସେପଟେମ୍ବର ୨୪ ତାରିଖ ଠାରୁ ଦଶହରା (ଷୋଳ ପୂଜା) ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ଯଥାଶୀଘ୍ର ଏହି ବାକି ଥିବା ସର୍ଭେ ଶେଷ କରି ଚୂଡାନ୍ତ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ନିଜ ପତ୍ରରେ ଗୁରୁତ୍ବରୋପ କରିଥିଲେ । 

ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ  ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି । ତାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ।  ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା । 

ଏହା ଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା । ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଂଚ ପରେ ଏ.ଏସ୍.ଆଇ ରତ୍ନ ଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।