ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ ଗାନ୍ଧୀ ସେଠାରେ ଉପସ୍ଥିତି ଥିଲେ। ଏହାସହ ତାଙ୍କ ପୁଅ ରେହାନ ଏବଂ ଝିଅ ମିରାୟା ମଧ୍ୟ ସେଠାରେ ଥିଲେ। ଓ୍ବାୟନାଡ୍‌ର କଂଗ୍ରେସ ନେତାମାନେ ବୁଧବାର ନୂଆଦିଲ୍ଲୀ ଗସ୍ତକରି ଲୋକ ସଭାର ବିରୋଧୀ ଦଳ ନେତା […] The post ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ appeared first on Dharitri Odia News.

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ ଗାନ୍ଧୀ ସେଠାରେ ଉପସ୍ଥିତି ଥିଲେ। ଏହାସହ ତାଙ୍କ ପୁଅ ରେହାନ ଏବଂ ଝିଅ ମିରାୟା ମଧ୍ୟ ସେଠାରେ ଥିଲେ।

ଓ୍ବାୟନାଡ୍‌ର କଂଗ୍ରେସ ନେତାମାନେ ବୁଧବାର ନୂଆଦିଲ୍ଲୀ ଗସ୍ତକରି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ପ୍ରିୟଙ୍କାଙ୍କୁ ଏହି ଆସନରୁ ବିଜୟ ପ୍ରମାଣପତ୍ର ହସ୍ତାନ୍ତର କରିଛନ୍ତି। ଲୋକ ସଭାରେ ପ୍ରିୟଙ୍କା ପ୍ରବେଶ କରିବା ପରେ ପାର୍ଲାମେଣ୍ଟ ଏକସଙ୍ଗେ ନେହେରୁ-ଗାନ୍ଧୀ ପରିବାରର ୩ ସଦସ୍ୟଙ୍କୁ ଦେଖିବାକୁ ଯାଉଛି। ପ୍ରିୟଙ୍କାଙ୍କ ମା’ ସୋନିଆ ଗାନ୍ଧୀ ପୂର୍ବରୁ ରାଜସ୍ଥାନରୁ ରାଜ୍ୟ ସଭାରେ ପ୍ରତିନିଧିତ୍ୱ କରୁଥିବାବେଳେ ତାଙ୍କ ପୂର୍ବ ଲୋକ ସଭା ଆସନ ରାଏବରେଲିରୁ ପୁଅ ରାହୁଲ ଗାନ୍ଧୀ ପ୍ରତିନିଧିତ୍ୱ କରୁଛନ୍ତି।

ସଂସଦରେ ପ୍ରିୟଙ୍କାଙ୍କ ପ୍ରବେଶ ଏଭଳି ସମୟରେ ହେବାକୁ ଯାଉଛି, ଯେତେବେଳେ କି କଂଗ୍ରେସ ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ହାରିଯାଇଛି। କଂଗ୍ରେସର ‘କ୍ରାଇସିସ୍‌ ମ୍ୟାନେଜର’ ଏବଂ ‘ବ୍ୟାକ୍‌ଡୋର ଷ୍ଟ୍ରାଟେଜିଷ୍ଟ’ ଭାବେ ପରିଚିତ ପ୍ରିୟଙ୍କା ଦଳକୁ ପୁନର୍ଗଠନ କରିବାରେ କେତେ ସକ୍ଷମ ହେବେ ତା’ ଉପରେ ନଜର ରହିବ। ସେହିପରି ପାର୍ଲାମେଣ୍ଟ ଭିତରେ ଓ ବାହାରେ ପ୍ରିୟଙ୍କାଙ୍କ ଉପସ୍ଥିତି କଂଗ୍ରେସ ପାଇଁ ଗେମ୍‌ ଚେଞ୍ଜର ହୋଇପାରେ ବୋଲି ନେତାମାନେ ମନେକରୁଛନ୍ତି।

ବିରୋଧୀ ଦଳର ୫୨ ବର୍ଷୀୟା ନେତ୍ରୀ ପ୍ରିୟଙ୍କାଙ୍କ ଚେହେରାର ସାମଞ୍ଜସ୍ୟ ତାଙ୍କ ଜେଜେମା’ ଇନ୍ଦିରାଙ୍କ ସହ ରହିଛି। ତେଣୁ ସେ ଆଗାମୀ ନିର୍ବାଚନଗୁଡ଼ିକରେ ଏହାକୁ ପୁଞ୍ଜିକରି ନିଜ ଦଳ ପାଇଁ କେତେ ଭୋଟରଙ୍କୁ ଟାଣିପାରୁଛନ୍ତି ତାହା ନିର୍ଣ୍ଣାୟକ ହେବ। ପ୍ରିୟଙ୍କା ୨୦୦୪ ଲୋକ ସଭା ନିର୍ବାଚନରେ ରାଏବରେଲିରେ ସୋନିଆ ଓ ଅମେଠିରେ ରାହୁଲଙ୍କ ପାଇଁ ପ୍ରଚାର କରିଥିଲେ। ଏହାର ୨୦ ବର୍ଷ ପରେ ନିଜେ ସଂସଦରେ ପାଦ ଥାପିବାକୁ ଯାଉଥିବାରୁ ଦଳୀୟ ମହଲରେ ଉତ୍ସାହ ଓ ଉଦ୍ଦୀପନ ଦେଖାଦେଇଛି।

 

The post ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ appeared first on Dharitri Odia News.