ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଏଏପିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ମାନ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ଥିଲେ। ଏହା ସହିତ […] The post ଶପଥ ନେଲେ ହେମନ୍ତ ସୋରେନ appeared first on Dharitri Odia News.

ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଏଏପିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ମାନ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ଥିଲେ। ଏହା ସହିତ ଜେଏମ୍‌ଏମ୍‌ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏବଂ ତାଙ୍କ ସ୍ତ୍ରୀ ରୁପି ସୋରେନ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ। ସମାରୋହରେ ଯୋଗ ଦେଇଥିବା ସମସ୍ତ ନେତାଙ୍କୁ ହେମନ୍ତଙ୍କ ସ୍ତ୍ରୀ କଳ୍ପନା ସୋରେନ ସ୍ବାଗତ କରିଥିଲେ।

The post ଶପଥ ନେଲେ ହେମନ୍ତ ସୋରେନ appeared first on Dharitri Odia News.