ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…
ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ସଫେଇ କରିଛନ୍ତି। ଏହାସହ ପୁରୀ ଏମ୍ପି ସମ୍ବତ ପାତ୍ର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ। ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ […] The post ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ… appeared first on Dharitri Odia News.
ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ସଫେଇ କରିଛନ୍ତି। ଏହାସହ ପୁରୀ ଏମ୍ପି ସମ୍ବତ ପାତ୍ର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।
ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କରିଛନ୍ତି। ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷାଧିକ ଲୋକ ଆସିବେ। ଶ୍ରଦ୍ଧାଳୁ ନିଜେ ସଚେତନ ସହ ପ୍ରଶାସନ ସହ ମିଶି ସ୍ବଚ୍ଛତା ରଖିବେ ମୂଳ ଲକ୍ଷ୍ୟ। ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ। ରଥଯାତ୍ରା ପୂର୍ବରୁ ସଫେଇ କରିବା। ପବିତ୍ରତା ଆଣିବାକୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବ୍ୟାପକ ସଚେତନ ପାଇଁ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।
The post ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ… appeared first on Dharitri Odia News.