ଶରଧାବାଲିରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ଚତୁର୍ଦ୍ଧାମୂରତି

ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜୀଉ । ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି ।

ଶରଧାବାଲିରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ଚତୁର୍ଦ୍ଧାମୂରତି

ଶରଧାବାଲିରେ ରଥାରୁଢ଼ ତିନି ଦିଅଁଙ୍କୁ ଦେଖି ବିଭୋର ଭକ୍ତ। ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜୀଉ। ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ମଦନ ମୋହନ, ରାମକୃଷ୍ଣ, ଶ୍ରୀ ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ।