ଶସ୍ୟ ପରିବହନ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

ଡେସ୍କ: ରାଜ୍ୟ ସରକାର ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବି କରିପାରିବେ ନାହିଁ। କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ […]

ଶସ୍ୟ ପରିବହନ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

ଡେସ୍କ: ରାଜ୍ୟ ସରକାର ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବି କରିପାରିବେ ନାହିଁ। କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ ହେବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୮ କୋଟି ୬୫ ଲକ୍ଷ ଟଙ୍କା ଅଧିକ ଖର୍ଚ୍ଚ କରିବେ।