ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ
ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ ଫୈଜାନ୍ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ପଞ୍ଜୀକୃତ ହୋଇଥିବା ନମ୍ବରରୁ ଏହି ଧମକ ମିଳିଥିଲା। ଶାହରୁଖ ଖାନଙ୍କ ଟିମ୍ ବାନ୍ଦ୍ରା ପୋଲିସ ନିକଟରେ ଏହି ଅଭିଯୋଗ କରିଛନ୍ତି। ବାନ୍ଦ୍ରାସ୍ଥିତ ଶାହରୁଖ ଖାନଙ୍କ ପ୍ରଡକ୍ସନ୍ କମ୍ପାନୀ ରେଡ୍ ଚିଲିସ୍ ଏଣ୍ଟରଟେନମେଣ୍ଟ ଅଫିସକୁ ଏହି କଲ୍ କରାଯାଇଥିଲା। ବାନ୍ଦ୍ରା ପୋଲିସ୍ କ୍ରାଇମ […] The post ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ appeared first on Dharitri Odia News.
ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ ଫୈଜାନ୍ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ପଞ୍ଜୀକୃତ ହୋଇଥିବା ନମ୍ବରରୁ ଏହି ଧମକ ମିଳିଥିଲା। ଶାହରୁଖ ଖାନଙ୍କ ଟିମ୍ ବାନ୍ଦ୍ରା ପୋଲିସ ନିକଟରେ ଏହି ଅଭିଯୋଗ କରିଛନ୍ତି।
ବାନ୍ଦ୍ରାସ୍ଥିତ ଶାହରୁଖ ଖାନଙ୍କ ପ୍ରଡକ୍ସନ୍ କମ୍ପାନୀ ରେଡ୍ ଚିଲିସ୍ ଏଣ୍ଟରଟେନମେଣ୍ଟ ଅଫିସକୁ ଏହି କଲ୍ କରାଯାଇଥିଲା। ବାନ୍ଦ୍ରା ପୋଲିସ୍ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ବର୍ତ୍ତମାନ ରାୟପୁର ଅଭିମୁଖେ ବାହାରିଛନ୍ତି, ଯେଉଁଠାରୁ ଧମକ ଆସିଛି।
ବାନ୍ଦ୍ରାସ୍ଥିତ ଶାହରୁଖ ଖାନଙ୍କ ପ୍ରଡକ୍ସନ୍ କମ୍ପାନୀ ରେଡ୍ ଚିଲିସ୍ ଏଣ୍ଟରଟେନମେଣ୍ଟ ଅଫିସକୁ ଏହି କଲ୍ କରାଯାଇଥିଲା। ବାନ୍ଦ୍ରା ପୋଲିସ୍ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ବର୍ତ୍ତମାନ ରାୟପୁର ଅଭିମୁଖେ ବାହାରିଛନ୍ତି, ଯେଉଁଠାରୁ ଧମକ ଆସିଛି। ଫୋନ୍ କରି କୁହାଯାଇଥିଲା ଯେ, ଯଦି ଶାହରୁଖଙ୍କ ଜୀବନ ବଞ୍ଚାଇବାକୁ ଚାହୁଁଛ, ତେବେ କଟିଏ ତାଙ୍କ ଦିଅ, ନଚେତ ପରିଣାମ ଭୋଗିବାକୁ ପ୍ରସ୍ତୁତ ରୁହ।
ସଲମାନଙ୍କ ପରେ ଶାହରୁଖଙ୍କୁ ଏପରି ଧମକପୂର୍ଣ୍ଣ କଲ୍ ଆସିବା ପରେ ତାଙ୍କର ସୁରକ୍ଷା ବଢ଼ାଇ ଦିଆଯାଇପାରେ। ଏବେ ଶାହରୁଖଙ୍କ ଘର ମନ୍ନତ ନିକଟରେ ସୁରକ୍ଷା ବଢ଼ାଇ ଦିଆଯାଇଛି। କିଛିଦିନ ତଳେ ଶାହରୁଖଙ୍କ ଘର ବାହାରେ ପୋଲିସ ବ୍ୟରିକେଡ ଲଗାଇଥିଲା। ତେବେ କୁହାଯାଉଛି କି ଶାହରୁଖଙ୍କ ତରଫରୁ ଏବେ ଅଧିକ ସୁରକ୍ଷା ମଗାଯାଇନାହିଁ। ଶହରୁଖ ଯୁଆଡେ ବି ଯାଆନ୍ତି ତାଙ୍କ ସହିତ ନିଜର ସୁରକ୍ଷାକର୍ମୀଙ୍କୁ ନେଇଯାଇନ୍ତି।
ପୂର୍ବରୁ ସଲମାନ ଖାଁଙ୍କୁ ହତ୍ୟା ଧମକ ମିଳିଥିବା ବେଳେ ତାଙ୍କ ଗାଲସ୍କି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ମଧ୍ୟ ହୋଇଥିଲା। ଯାହାପରେ ତାଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଥିଲା। ନିକଟରେ ସଲମାନଙ୍କ ଘନିଷ୍ଠ ବନ୍ଧୁ ବାବା ସିଦ୍ଧିକିଙ୍କୁ ବିଷ୍ଣୋଇ ଗ୍ୟାଙ୍ଗର ସୁଟରମାନେ ଗୁଳିକରି ହତ୍ୟା କରିଥିଲେ।
Actor Shah Rukh Khan (@iamsrk) gets threat, case registered in Bandra police station: Official. pic.twitter.com/NTvKvqmeka
— Press Trust of India (@PTI_News) November 7, 2024
The post ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ appeared first on Dharitri Odia News.