ଶିକ୍ଷାମନ୍ତ୍ରୀଙ୍କ ବଡ଼ ସୂଚନା: ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଏଣିକି ପିଲାଙ୍କୁ ମିଳିବ ଏତିକି ଟଙ୍କା
ଭୁବନେଶ୍ୱର,୩୦।୭: ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ […] The post ଶିକ୍ଷାମନ୍ତ୍ରୀଙ୍କ ବଡ଼ ସୂଚନା: ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଏଣିକି ପିଲାଙ୍କୁ ମିଳିବ ଏତିକି ଟଙ୍କା appeared first on Dharitri Odia News.
ଭୁବନେଶ୍ୱର,୩୦।୭: ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ ହେବେ ଏବଂ ଆଗ୍ରହରେ ସ୍କୁଲ ପିଲା ଯିବେ। ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।
ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।
The post ଶିକ୍ଷାମନ୍ତ୍ରୀଙ୍କ ବଡ଼ ସୂଚନା: ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଏଣିକି ପିଲାଙ୍କୁ ମିଳିବ ଏତିକି ଟଙ୍କା appeared first on Dharitri Odia News.