ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ

କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ

ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ। ତିଆରି ହେବ ୧୩୧ ଜଣିଆ ଏକ ଡେଡିକେଟେଡ୍ ଆର୍ମଡ୍ ପୁଲିସ୍ ରିଜର୍ଭ କମ୍ପାନୀ। ଏଥିପାଇଁ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖି ଜଣାଇଛନ୍ତି ଗୃହ ସଚିବ ସତ୍ୟବ୍ରତ ସାହୁ।

ତିଆରି ହେବାକୁ ଥିବା ଏହି କମ୍ପାନୀରେ ଜଣେ କମାଣ୍ଡାଣ୍ଟ, ଜଣେ ଇନସପେକ୍ଟର, ୩ ସବ୍-ଇନସପେକ୍ଟର, ୩ ଆସିଷ୍ଟାଣ୍ଟ ସବ୍ ଇନସପେକ୍ଟର, ୩୦ ହାବିଲଦାର, ୩ ଡ଼୍ରାଇଭର ହାବିଲଦାର, ୮୭ ସିପାହୀ ଓ ୩ ଡ୍ରାଇଭର ରହିବେ।

ମୟୂରଭଞ୍ଜ ଏସପି ଏହାର ପ୍ରଶାସନିକ ଦାୟିତ୍ୱରେ ରହିବ। ଏହି କମ୍ପାନୀର ସମସ୍ତ ଖର୍ଚ୍ଚ ଜଙ୍ଗଲ ଓ ପରିବେଶ ବିଭାଗ ବହନ କରିବ। କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୁଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।